ଅଁଳା ନବମୀରେ କାହିଁକି ଅଁଳା ଗଛକୁ କରାଯାଏ ପୂଜା ?
କାର୍ତ୍ତିକ ମାସର ଶୁକ୍ଳପକ୍ଷ ନବମୀ ଦିନଟିକୁ ଅଅଁଳା ନବମୀ ଭାବେ ପାଳନ କରାଯାଏ । ଏହି ଦିନ ଅଅଁଳା ଗଛକୁ ପୂଜା କରାଯାଏ । ଓଡ଼ିଶାର ଧର୍ମ ସଂସ୍କୃତିରେ ଅଅଁଳା ଗଛକୁ ଦେବୀ ରୂପେ ଗ୍ରହଣ କରାଯାଇଛି । ବିଶ୍ୱାସ କରାଯାଏ ଯେ ସରସ୍ୱତୀଙ୍କର ରଜୋଗୁଣରୁ ଅଅଁଳାର ସୃଷ୍ଟି । ଏହି ଦିନଠାରୁ ସତ୍ୟ ଯୁଗ ଆରମ୍ଭ ହେଇଥିବା ବିଶ୍ୱାସ କରାଯାଏ ।
କିମ୍ବଦନ୍ତୀ
ଥରେ ଲକ୍ଷ୍ମୀ ଓ ଭଗବତୀ ହରିଙ୍କୁ କୌଣସି ଏକ ନୂତନ ଦ୍ରବ୍ୟ ଦେବାକୁ ଇଚ୍ଛାକଲେ । କ'ଣ ଦେବେ ଭାବୁଥିବା ବେଳେ ଉଭୟଙ୍କ ଚକ୍ଷୁରୁ ଏକସଙ୍ଗେ ଲୁହ ଝରିଲା । ସେହି ଆନନ୍ଦାଶ୍ରୁ ଭୂମିରେ ପଡ଼ି ଅଅଁଳାଗଛ ସୃଷ୍ଟିହେଲା । ଅନ୍ୟ ଏକ କିମ୍ବଦନ୍ତୀ ଅନୁଯାୟୀ, ଦିନେ ଲକ୍ଷ୍ମୀ ଓ ପାର୍ବତୀ ଏକତ୍ର ବନସ୍ତରେ ନିଜନିଜ ପତିଙ୍କ ପାଇଁ ପୂଜାପାଠ କରିବାକୁ ମନ ବଳାଇଲେ । କିନ୍ତୁ ଅସୁବିଧା ଥିଲା ସ୍ୱାମୀଙ୍କର ପ୍ରିୟ ପୂଜା ସାମଗ୍ରୀ ସେମାନଙ୍କ ପାଖରେ ନ ଥିଲା । ଅର୍ଥାତ୍ ପାର୍ବତୀଙ୍କ ପାଖରେ ବେଲପତ୍ର କିମ୍ବା ଲକ୍ଷ୍ମୀଙ୍କ ପାଖରେ ତୁଳସୀ ନ ଥିଲା । ଦୁହେଁ ଭାବିବାକୁ ଲାଗିଲେ କିପରି ଏ ସମସ୍ୟାର ଆଶୁ ସମାଧାନ ହେବ । ଠିକ୍ ସେତିକିବେଳେ ନାରଦ ମୁନି ସେଠାରେ ପହଞ୍ଚି ସମସ୍ୟାଟି ଶୁଣି ଅଅଁଳା; ବିଲ୍ୱ ଓ ତୁଳସୀ ସମାହାର ବୋଲି ସେମାନଙ୍କୁ କହିବାରୁ, ସେ ଦୁହେଁ ଅଅଁଳାଗଛ ନିକଟରେ ପୂଜାକାର୍ଯ୍ୟ ସମାପନ କଲେ । ସେଇଥି ପାଇଁ ଅଅଁଳା ଶିବ ଓ ବିଷ୍ଣୁଙ୍କର ପ୍ରିୟବୃକ୍ଷ ।

ଓଡ଼ିଶାରେ ପୂଜାବିଧି
ଅଅଁଳା ନବମୀରେ ଅଅଁଳା ଗଛ ତଳେ ବଟା ଅଅଁଳାରେ ଭଗବାନ୍ ବିଷ୍ଣୁଙ୍କର ପ୍ରତିମାକୁ ସ୍ନାନ କରାଯାଏ । ଓଡ଼ିଆ ପରମ୍ପରାରେ ଏହି ସ୍ନାନକାର୍ଯ୍ୟ ଅଅଁଳା ନବମୀରୁ କାର୍ତ୍ତିକ ମାସ ଶେଷ ପର୍ଯ୍ୟନ୍ତ ଚାଲେ । ହବିଷିଆଳୀମାନେ ଏହିଦିନ ଅଅଁଳାଗଛ ମୂଳରେ ହବିଷ୍ୟାନ୍ନ ରାନ୍ଧନ୍ତି ଓ ବୃକ୍ଷ ଚାରିପଟେ ପ୍ରଦକ୍ଷଣ କରିଥାନ୍ତି ।
ଅଁଳା ନବମୀ ପୂଜା ବିଧି :
- ଅଁଳା ନବମୀ ଦିନ ସର୍ବ ପ୍ରଥମେ ଭୋରରୁ ଉଠି ସ୍ନାନ ଆଦି କରାଯାଏ, କୌଣସି ପବିତ୍ର ନଦୀରେ ଗାଧୋଇଲେ ଶୁଭ ବୋଲି କୁହାଯାଏ
- ଏହାପରେ ଅଁଳା ଗଛ ମୂଳରେ କ୍ଷୀର, ଅକ୍ଷତ, ଧୂପ-ପୁଷ୍ପ ଆଦି ଅର୍ପଣ କରାଯାଏ
- ଏହାପରେ ବିଧି ପୂର୍ବକ ଅଁଳା ଗଛକୁ ପୂଜା କରାଯାଏ
- ପୂଜା ପରେ ଗଛର ୭ଥର ପରିକ୍ରମା କରିବା ଉଚିତ
- ପରିକ୍ରମା ପରେ ଦୀପ ଜାଳି ଅଁଳା ନବମୀ କଥା ଶୁଣିବା ଉଚିତ
ଠାକୁର ଶ୍ରୀଗୋପାଳ ଜିଉଙ୍କର ମନୋରମ ନଟବର ବେଶ
ଠାକୁରାଣୀ ନୂତନ ପାଟବସ୍ତ୍ର ପରିଧାନ କରିଥିବାବେଳେ କାନିରେ ଅରୁଆ ଚାଉଳ, ଦୁବ ଓ ଗୁଆ ବନ୍ଧା ଯାଇଥିଲା। ପାଦରେ ଅଳତା ଓ ଆଖିରେ କଜ୍ବଳ ଲଗାଇବା ସହିତ ମସ୍ତକରେ ସୁବର୍ଣ୍ଣ କିରୀଟ, ଗଳାରେ ସୁବର୍ଣ୍ଣ ଅଁଳା ଫଳମାଳ ଓ ହୀରାକଟା ଚାପସରୀ, ଅଣ୍ଟାରେ ସୁବର୍ଣ୍ଣ ବେଙ୍ଗପାଟିଆ ମାଳ, ସୁବର୍ଣ୍ଣ ଚକିମାଳ, ସୁବର୍ଣ୍ଣ କମରପଟି, ସୁବର୍ଣ୍ଣ ଚାରିସରିଆ ଚନ୍ଦ୍ରହାର ଶିକୁଳି, ବାହୁରେ ସୁବର୍ଣ୍ଣ ଡେଉଁରିଆ ମାଳ, ସୁବର୍ଣ୍ଣ ତାବିଜମାଳ ଓ ସୁବର୍ଣ୍ଣ ତାବିଜ, ହାତରେ ସୁବର୍ଣ୍ଣ ବାଘନଖୀ ମାଳ, ପାଦରେ ସୁବର୍ଣ୍ଣ ନୁପୁର, ଘୁଙ୍ଗୁର, ବାଙ୍କୀ, ପାଦପଦ୍ମ ଓ ଚୁପୁଲି ଶୋଭା ପାଇଥିଲା। ସେହିପରି ଠାକୁର ଶ୍ରୀଗୋପାଳ ଜିଉଙ୍କର ମନୋରମ ନଟବର ବେଶ ହୋଇଛି। ଠାକୁର ନୂତନ ପାଟବସ୍ତ୍ର ପରିଧାନ କରିଛନ୍ତି। ମସ୍ତକରେ ସୁବର୍ଣ୍ଣ କିରୀଟ, ଗଳାରେ ସୁବର୍ଣ୍ଣ ସେବତୀଫୁଲ ହାର, ହସ୍ତରେ ସୁବର୍ଣ୍ଣ ବଂଶୀ, ନାସାରେ ଗଜମୁକ୍ତା, କର୍ଣ୍ଣରେ ସୁବର୍ଣ୍ଣ କୁଣ୍ଡଳ ଓ ଆଙ୍ଗୁଠିରେ ହୀରକ ମୁଦ୍ରିକା ଶୋଭା ପାଉଛି। ଭକ୍ତମାନଙ୍କ ଦର୍ଶନ ନିମନ୍ତେ ମନ୍ଦିର ସିଂହଦ୍ୱାର ସମ୍ମୁଖରେ ୩ଥାକିଆ ବାଉଁଶ ନିର୍ମିତ ଛାୟାପ୍ରଦ ବ୍ୟାରିକେଡ୍ ନିର୍ମାଣ ହୋଇଛି। ଭକ୍ତମାନେ ଧାଡ଼ିରେ ଆସି ଠାକୁରଙ୍କୁ ଦର୍ଶନ କରୁଛନ୍ତି।












Click it and Unblock the Notifications