ପୁଞ୍ଚ ରେ ଖାଲକୁ ବସ୍ ଖସି 11 ମୃତ, ଅନେକ ଆହତ
ଜାମ୍ମୁ କାଶ୍ମୀରର ପୁଞ୍ଚର ସାବଜିୟାନ ଅଞ୍ଚଳରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ମିନି ବସ୍ ଖାଲକୁ ଖସିପଡିବାରୁ 11 ଜଣଙ୍କର ମୃତ୍ୟୁ ହୋଇଛି । ଏଥିସହ 25 ରୁ ଅଧିକ ଲୋକ ଆହତ ହୋଇଛନ୍ତି ।
ପୁଞ୍ଚ : ଜାମ୍ମୁ କାଶ୍ମୀରର ପୁଞ୍ଚର ସାବଜିୟାନ ଅଞ୍ଚଳରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ମିନି ବସ୍ ଖାଲକୁ ଖସିପଡିବାରୁ 11 ଜଣଙ୍କର ମୃତ୍ୟୁ ହୋଇଛି । ଏଥିସହ 25 ରୁ ଅଧିକ ଲୋକ ଆହତ ହୋଇଛନ୍ତି, ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଇଛି । ମଣ୍ଡୀ ତହସିଲଦାର ଶାହାଜାଦ ଲତିଫ କହିଛନ୍ତି ଯେ ଉଦ୍ଧାର କାର୍ଯ୍ୟରେ ଭାରତୀୟ ସେନା ନିୟଜିତ ହୋଇଛନ୍ତି । ସ୍ଥାନୀୟ ଲୋକମାନେ ମଧ୍ୟ ସେନାକୁ ସହଯୋଗ କରୁଛନ୍ତି ।

ସମସ୍ତ ଆହତଙ୍କୁ ମଣ୍ଡୀ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି । କୁହାଯାଉଛି ଯେ ବସ୍ ବରେରୀ ନାଳ ନିକଟରେ ଥିବା ଏକ ଗଭୀର ଖାତ ରେ ଖସି ପଡିଥିଲା ।
ଜାମ୍ମୁ କାଶ୍ମୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ମୃତକଙ୍କ ପରିବାରକୁ 5 ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଆହତମାନଙ୍କ ଉନ୍ନତ ଚିକିତ୍ସା ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
More From
-
୩୧ ରାଜ୍ୟସଭା ସାଂସଦ କୋଟିପତି -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ହଠାତ୍ ଆମେରିକାର ଚିନ୍ତା ବଢାଇ ଦେଲା ଇରାନ, ଡିଏଗୋ ଗାର୍ସିଆ' ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
ବନ୍ଦ ହେବ ଇରାନ ଆମେରିକା ଯୁଦ୍ଧ, ସଙ୍କେତ ଦେଲେ ଆମେରିକା ରାଷ୍ଟ୍ରପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଚିଠି ଗୋଟେ ଅଫିସରୁ ବସି ଟାଇପ୍ ହୋଇଛି, ଏମାନେ ଦସ୍ତଖତ କରିଛନ୍ତି ; ପ୍ରମିଳା ମଲ୍ଲିକ -
ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା










Click it and Unblock the Notifications