ଛତିଶଗଡ଼ରେ ଭୟଙ୍କର ବସ ଦୁର୍ଘଟଣା ; ୧୨ ମୃତ, ୧୫ ଆହତ, ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

ଭୟଙ୍କର ଦୁର୍ଘଟଣା । କାଲି ନିଲମ୍ବିତ ରାତିରେ ଛତିଶଗଡ଼ର ଦୁର୍ଗ ଜିଲ୍ଲାରେ ଭୟଙ୍କର ବସ୍ ଦୁର୍ଘଟଣା । ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି । ସୂଚନା ଅନୁସାରେ, ମଙ୍ଗଳବାର ରାତି ପ୍ରାୟ ୯ଟା ବେଳେ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ଲାଲ୍ ମୋରମ ଖଣିକୁ ଖସି ପଡ଼ିଥିଲା ।

accident

ଦୁର୍ଘଟଣା ସମୟରେ ବସରେ ୩୦ରୁ ଅଧିକ ଯାତ୍ରୀ ଥିଲେ । ବସଟି ଭାରସାମ୍ୟ ହରାଇ ଘାଟି ତଳକୁ ଖସି ପଡ଼ିବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣ ମହିଳା ଥିବା ଜଣାପଡ଼ିଛି । ଦୁର୍ଘଟଣାଟି ଖପରୀ ନିକଟରେ ଥିବା ମୋରମ ଖଣିରେ ଘଟିଛି । ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ । ପୁଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଂଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ । ପ୍ରାଥମିକ ଚିକିତ୍ସା ପାଇଁ ସମସ୍ତଙ୍କୁ ସ୍ଥାନୀୟ ସରକାରୀ ମେଡିକାଲକୁ ନିଆଯାଇଥିଲା । ତେବେ ସେଠାରୁ କିଛି ଆହତଙ୍କୁ ରାୟପୁରର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ବର୍ତମାନ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଦୁର୍ଗ ଜିଲ୍ଲାପାଳ ରିଚା ପ୍ରକାଶ ଚୌଧୁରୀ ସୂଚନା ଦେଇଛନ୍ତି । ଘଟଣା ପରେ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ରାୟପୁର ଏମ୍ସ ଯାଇ ଆହତ ଏବଂ ସେମାନଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି ।

ସେପଟେ ଭୟଙ୍କର ଦୁର୍ଘଟଣା ପାଇଁ ଶୋକ ବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ଲେଖିଛନ୍ତି ଯେ ଦୁର୍ଗରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ଗଭୀର ସମବେଦନା । ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ୍ କରି କହିଛନ୍ତି ଯେ ଛତିଶଗଡ଼ର ଦୁର୍ଗରେ ଘଟିଥିବା ବସ୍ ଦୁର୍ଘଟଣାରେ ସେ ମର୍ମାହତ । ଏହାସହ ପ୍ରଧାନମନ୍ତ୍ରୀ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯାଉଥିବା କହିଛନ୍ତି ପ୍ରଧାନମନ୍ତ୍ରୀ । ସେହିପରି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+