କରୋନା ଦୈନିକ ମୃତ୍ୟୁ ସଂଖ୍ୟାରେ ହ୍ରାସ ପରିଲକ୍ଷିତ, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 1225 ରୋଗୀ

ଗତ 24 ଘଣ୍ଟାରେ ସାରା ଦେଶରେ 1225 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 28 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏହା ବ୍ୟତୀତ ଏହି ସମୟରେ 1594 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି

ନୂଆଦିଲ୍ଲୀ : ସାରା ଦେଶରେ କରୋନା ଭାଇରସ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ କିଛି ଦିନ ହେବ ଦୈନିକ ସଂକ୍ରମଣରେ ଆଖିଦୃଶିଆ ହ୍ରାସ ହେଉଥିବା ବେଳେ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହୋଇଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ 1225 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 28 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏହା ବ୍ୟତୀତ ଏହି ସମୟରେ 1594 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ସେହିପରି ବର୍ତ୍ତମାନ ଦେଶରେ ମୋଟ 14 ହଜାର 307 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

CoronaVirus

ନୂଆ ତଥ୍ୟ ପ୍ରକାଶ ପାଇବା ପରେ ସାରା ଦେଶରେ ଏଯାବତ୍ ମୋଟ 4 କୋଟି 30 ଲକ୍ଷ 24 ହଜାର 440 ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ 4 କୋଟି 24 ଲକ୍ଷ 89 ହଜାର 004 ଜଣ ସୁସ୍ଥ ହୋଇସାରିଛନ୍ତି । ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୃକଙ୍କ ସଂଖ୍ୟା 5 ଲକ୍ଷ 21 ହଜାର 129 ରେ ପହଞ୍ଚିଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 184 କୋଟି 06 ଲକ୍ଷ 55 ହଜାର 005 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି 22 ଲକ୍ଷ 27 ହଜାର 307 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+