ଆପାର୍ଟମେଣ୍ଟରେ ଲାଗିଲା ଭୟଙ୍କର ନିଆଁ, ଚାଲିଗଲା ୪ ଜୀବନ

ପୂର୍ବ ସ୍ପେନର ଭାଲେନ୍ସିଆରେ ଥିବା ଏକ ଆପାର୍ଟମେଣ୍ଟ ବିଲ୍ଡିଂରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଅତି କମରେ ଚାରି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ଥାନୀୟ କର୍ତ୍ତୃପକ୍ଷ କହିଛନ୍ତି ଯେ ଏହି ଅଗ୍ନିକାଣ୍ଡରେ ୧୯ ଜଣ ନିଖୋଜ ଅଛନ୍ତି । ଅଗ୍ନିକାଣ୍ଡ ପରେ ଆପାର୍ଟମେଣ୍ଟ ଥିବା ଲୋକେ ଦୌଡ଼ିବା ଆରମ୍ଭ କରିଥିଲେ ଏବଂ ଅଗ୍ନିଶମ କର୍ମଚାରୀମାନେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ଉଦ୍ଧାର କରିଥିଲେ ।

ଏକ ୧୪ ମହଲା କୋଠାରେ ଅଗ୍ନିକାଣ୍ଡ ଘଟିଥାଇପାରେ ବୋଲି ଅଧିକାରୀମାନେ କହିଛନ୍ତି । ଅଗ୍ନିଶମ କର୍ମଚାରୀମାନେ ଏକ କ୍ରେନ୍ ସାହାଯ୍ୟରେ ଦୁଇ ଜଣଙ୍କୁ ବାଲକୋନିରୁ ସୁରକ୍ଷିତ ସ୍ଥାନକୁ ଆଣିଛନ୍ତି । ଭାଲେନ୍ସିଆର ସହକାରୀ ଜରୁରୀକାଳୀନ ସେବା ନିର୍ଦ୍ଦେଶକ ଜର୍ଜ ସୁଆରେଜ୍ ଗଣମାଧ୍ୟମକୁ କହିଛନ୍ତି ଯେ ଏହି ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।

spin fire

ଘଟଣାସ୍ଥଳରେ ସ୍ପେନର ସାମରିକ ଜରୁରୀକାଳୀନ ସେବା ୟୁନିଟ୍ର କର୍ମଚାରୀମାନେ ମଧ୍ୟ ମୁତୟନ ହୋଇଛନ୍ତି । ଏହି ଅଗ୍ନିକାଣ୍ଡ କାରଣରୁ ୧୩ ଜଣ ଆହତ ମଧ୍ୟ ହୋଇଛନ୍ତି । ଆହତଙ୍କ ମଧ୍ୟରେ ୬ ଜଣ ଅଗ୍ନିଶମ କର୍ମଚାରୀ ମଧ୍ୟ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+