ଛତିଶଗଡ ପୋଲିସ ଏନକାଉଣ୍ଟରରେ ୨ ନକ୍ସଲ ନିପାତ
ଛତିଶଗଡର ବିଜାପୁରରେ ସୁରକ୍ଷାକର୍ମୀ ଓ ନକ୍ସଲ ମଧୟରେ ଗୁଳିବିନିମୟ । ଏହି ସମୟରେ ଏନକାଉଣ୍ଟରରେ ୨ ଜଣ ନକ୍ସଲ ନିପାତ ହୋଇଛନ୍ତି । ଏନେଇ ଜଣେ ଅଧିକାରୀ ସୂଚନା ଦେଇ କହିଛନ୍ତି ଯେ ସକାଳ ପ୍ରାୟ ୭ଟା ସମୟରେ ଜିଲ୍ଲାର ଦକ୍ଷିଣ ଭାଗର ଜଙ୍ଗଲରେ ଜିଲ୍ଲା ରିଜର୍ଭ ଗାର୍ଡ (ଡିଆରଜି)ର ଏକ ଦଳ ନକ୍ସଲ ବିରୋଧୀ ଅଭିଯାନରେ ବାହାରିଥିବା ବେଳେ ଗୁଳିବିନିମୟ ଆରମ୍ଭ ହୋଇଥିଲା । ଅପରେସନ୍ ଏବେ ବି ଜାରି ରହିଛି ।

ଏପର୍ଯ୍ୟନ୍ତ ଏନକାଉଣ୍ଟର ସ୍ଥଳରୁ ୨ ଜଣ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏହା ସହ ଘଟଣାସ୍ଥଳରୁ ଏକେ - ୪୭ ରାଇଫଲ୍, ଗୋଟିଏ ୯ - ଏମଏମ ପିସ୍ତଲ ଏବଂ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ଜବତ କରାଯାଇଛି । ଏଥିସହିତ ଚଳିତ ବର୍ଷ ଏପର୍ଯ୍ୟନ୍ତ ରାଜ୍ୟରେ ଏନକାଉଣ୍ଟରରେ ଅତି କମ୍ରେ ୨୨ ଜଣ ମାଓବାଦୀ ନିହତ ହୋଇଛନ୍ତି । ଗତ ବର୍ଷ, ଛତିଶଗଡ଼ରେ ସୁରକ୍ଷା ବାହିନୀ ସହିତ ଏନକାଉଣ୍ଟରରେ ମୋଟ ୨୮୫ ଜଣ ମାଓବାଦୀ ନିହତ ହୋଇଥିଲେ । ମାଓବାଦୀଙ୍କ ମୂଳୋତ୍ପାଟନ କରିବା ପାଇଁ କେନ୍ଦ୍ର ସରକାର ୩୧ ମାର୍ଚ୍ଚ, ୨୦୨୬ ପର୍ଯ୍ୟନ୍ତ ସମୟସୀମା ଧାର୍ଯ୍ୟ କରିଛନ୍ତି ।
-
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ, ଇରାନର ୧୬ ଯୁଦ୍ଧ ଜାହାଜ ଧ୍ବଂସ କଲା ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ !












Click it and Unblock the Notifications