ଏନକାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ
Jammu And Kashmir: ଜମ୍ମୁ-କଶ୍ମୀର କୁପୱାଡ଼ା ଜିଲ୍ଲାର ଗୁଗଲଧର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ଦୁଇ ଆତଙ୍କବାଦୀ ନିହତ । ଏନେଇ ଭାରତୀୟ ସେନାର ଚିନାର କର୍ପସ ପକ୍ଷରୁ ସୂଚନା ଜାରି କରାଯାଇଛି । ତେବେ ଗତକାଲିଠୁ ଉକ୍ତ ସ୍ଥାନରେ ଗୁଳି ବିନିମୟ ଜାରି ରହିଛି ।

ଗୁଗଲଧର ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷା ବାହିନୀ ଖବର ପାଇବା ପରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ସେହି ଅଞ୍ଚଳକୁ ଚାରି ପଟୁ ଘେରି ରହିଥିଲେ ସୁରକ୍ଷା ବାହିନୀ, ପରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା । ଯେଉଁଥିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ସେହିପରି ମୃତ ଆତଙ୍କବାଦୀଙ୍କ ନିକଟରୁ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି । ବର୍ତ୍ତମାନ ମଧ୍ୟ ପୁରା ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି । ଜମ୍ମୁ-କଶ୍ମୀରରେ ଲଗାତାର ସର୍ଚ୍ଚ ଅପରେସନ ଜାରି ରହିଛି । ଘାଟିରେ ଶାନ୍ତି ବଜାୟ ରଖିବା ପାଇଁ ସେନା ପକ୍ଷରୁ ପ୍ରୟାସ ଜାରି ରହିଛି ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications