କରୋନା ଅପଡେଟ୍ : ଲାଗୁନି କରୋନାରେ ଲଗାମ୍, ଦେଶରେ ଦୈନିକ 20, 528 ଛୁଇଁଲା ସଂକ୍ରମଣ
ଦେଶରେ ପୁଣି ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । କ୍ରମାଗତ ଭାବେ ଚତୁର୍ଥ ଦିନରେ 20 ହଜାର ପାର କରିଛି ଦୈନିକ ସଂକ୍ରମଣ ।
ନୂଆଦିଲ୍ଲୀ: ଦେଶରେ ପୁଣି ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । କ୍ରମାଗତ ଭାବେ ଚତୁର୍ଥ ଦିନରେ 20 ହଜାର ପାର କରିଛି ଦୈନିକ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 20,528 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବଢିବା ସହିତ ମୃତ୍ୟୁସଂଖ୍ୟା ମଧ୍ୟ କ୍ରମଶଃ ବୃଦ୍ଧି ପାଉଛି । 24 ଘଣ୍ଟାରେ ଦେଶରେ 49 ଜଣଙ୍କର ମୃତ୍ୟୁ ଘଟିଛି । ଏହି ତୁଳନାରେ ଗୋଟିଏ ଦିନରେ ସୁସ୍ଥଙ୍କ ସଂଖ୍ୟା 17,790 ରହିଥିବ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ମୁହାଁ ହୋଇଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,43,449କୁ ବୃଦ୍ଧି ପାଇଛି । ଏଯାବତ୍ 4,30,63,651 ସଂକ୍ରମଣରୁ ସୁସ୍ଥ ହୋଇଥିବା ବେଳେ ସମୁଦାୟ 5,25,709 ଜଣଙ୍କ ମୃତ୍ୟୁ ଘଟିଛି ।
ଦେଶବ୍ୟାପୀ ସମୁଦାୟ 199.98 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 25,59,840 ଜଣଙ୍କୁ ଟିକା ଦିଆଯାଇଛି । ଲୋକଙ୍କ ସୁରକ୍ଷା ପାଇଁ ଟୀକା ମଧ୍ୟ ଯଥେଷ୍ଟ ପରିମାଣରେ ଦିଆଯାଉଛି । ଏହା ସତ୍ତ୍ବେ ମଧ୍ୟ କରୋନା ମହାମାରୀରେ ଲାଗି ପାରୁନି ଲଗାମ। ଧିରେ ଧିରେ କମିବା ପରିବର୍ତ୍ତେ ବଢିବାରେ ଲାଗିଛି ସଂକ୍ରମଣ ।
-
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଳା, ଅଭିଯୁକ୍ତ ଗିରଫ -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ -
ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି -
ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସାମ ଯିବେ ପ୍ରଧାନମନ୍ତ୍ରୀ,ପିଏମ୍ କିଶାନ ଯୋଜନାରେ ୧୮.୬୪୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା....











Click it and Unblock the Notifications