Get Updates
Get notified of breaking news, exclusive insights, and must-see stories!

ମନରୁ ଲିଭୁନି 26/11, ୧୬ ବର୍ଷ ତଳେ ଥରି ଉଠିଥିଲା ମାୟାନଗରୀ

ଭୁବନେଶ୍ବର: ୨୬/୧୧ ଟେରର ଆଟାକ୍ । 16 ବର୍ଷ ତଳେ ଆଜିର ଦିନରେ ମୁମ୍ବାଇରେ ଆତଙ୍କବାଦୀ ରଚିଥିଲେ ତାଣ୍ଡବ । ମୁମ୍ବାଇର ଛାତି ଥରାଇ ଦେଇଥିଲେ ୧୦ ଆତଙ୍କବାଦୀ । ସମୁଦ୍ର ପଥ ଦେଇ ପାକିସ୍ତାନରୁ ପଶି ଆସିଥିଲେ ଲସ୍କର-ଏ-ତୋଏବାର ଏହି ସଦସ୍ୟ । ନଭେମ୍ବର ୨୬ରୁ ୨୯ ମଧ୍ୟରେ ମୁମ୍ବାଇର ୧୨ଟି ଜାଗାରେ ବମିଂ ଓ ଗୁଳିମାଡ଼ ହୋଇଥିଲା । ଶତ୍ରୁଦେଶର ଯୋଜନା ସମ୍ପର୍କରେ ସାମାନ୍ୟ ସୁରାକ ପାଇପାରି ନଥିଲା ଭାରତୀୟ ଗୁଇନ୍ଦା ।

୪ ଦିନ ଧରି ରକ୍ତର ଖେଳ, ଗୁଳିଗୋଳା ମାଡ, ବୋମା ବିସ୍ଫୋରଣରେ ଥରି ଉଠିଥିଲା ମାୟାନଗରୀ । ସାଉଥ ମୁମ୍ବାଇର ଛତ୍ରପତି ଶିବାଜୀ ଟର୍ମିନସ୍, ଓବରଏ ଟ୍ରାଇଡେଣ୍ଟ, ତାଜ୍ ପ୍ୟାଲେସ୍ ଆଣ୍ଡ ଟାଓ୍ବର, ଲିଓପାର୍ଡ କାଫେ, କାମା ହସ୍ପିଟାଲ, ନରିମାନ ହାଉସ୍, ମେଟ୍ରୋ ସିନେମା, ଟାଇମ୍ସ ଅଫ ଇଣ୍ଡିଆ ବିଲ୍ଡିଂର ପଛ ଲେନ୍ ଓ ସେଣ୍ଟ ଜାଭିୟର କଲେଜରେ ହୋଇଥିଲା ଆକ୍ରମଣ । ମୁମ୍ବାଇ ପୋର୍ଟ ଏରିଆରେ ଓ ଭାଇଲ ପାରଲେଠାରେ ଏକ ଟ୍ୟାକ୍ସିରେ ବିସ୍ଫୋରଣ କରିଥିଲେ ଆତଙ୍କବାଦୀ ।

26 11 Mumbai terror attack

ଏହି ଆକ୍ରମଣରେ ପ୍ରାୟ ୧୭୫ ଜଣଙ୍କ ମୃତ୍ୟୁ ହୋଇଥିଲା । ୩ ଶହରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଥିଲେ । ୯ ଆତଙ୍କବାଦୀ ବି ନିହତ ହୋଇଥିଲେ । ବିସ୍ଫୋରଣର ମାଷ୍ଟର ମାଇଣ୍ଡ ୨୧ ବର୍ଷୀୟ ପାକିସ୍ତାନୀ ଆତଙ୍କବାଦୀ ଅଜମଲ ଅମୀର କସବଙ୍କୁ ଗିରଫ କରିଥିଲା ମୁମ୍ବାଇ ପୋଲିସ । ଟେରର ଆଟାକ ବେଳେ ୮୦ ଲୋକଙ୍କୁ କସାବ ହତ୍ୟା କରିଥିବା ପ୍ରମାଣିତ ହେବା ପରେ ତାକୁ ଫାଶି ଦଣ୍ଡ ଶୁଣାଇଥିଲେ ବମ୍ବେ ହାଇକୋର୍ଟ । ୨୧ ନଭେମ୍ବର ୨୦୧୨ରେ କସାବକୁ ୟେରଓ୍ବାଡା ସେଣ୍ଟ୍ରାଲ ଜେଲରେ ଫାଶି ଦିଆଯାଇଥିଲା ।

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଷୋଡ଼ଶ ବାର୍ଷିକୀ ଅବସରରେ ଆଜି ମୁମ୍ବାଇରେ ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ, ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ୍‍ ଓ ଅଜିତ ପାୱାର ବୀର ଶହୀଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ୨୦୦୮ ମସିହାରେ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ସମୟରେ ଆତଙ୍କବାଦୀଙ୍କ ସହ ଲଢ଼େଇ କରି ଚରମ ବଳିଦାନ ଦେଇଥିବା ପୋଲିସ୍‍ ଅଧିକାରୀ ଓ ଯବାନଙ୍କୁ ସମ୍ମାନ ପ୍ରଦର୍ଶନ ସ୍ୱରୂପ ମୁମ୍ବାଇ ପୋଲିସ୍‍ କମିଶନରେଟ୍‍ ପକ୍ଷରୁ ପୋଲିସ୍‍ ଶହୀଦ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି ।

ଏହି ଅବସରରେ ୧ ପ୍ଲାଟୁନ୍‍ ପୋଲିସ୍‍ ସଲାମୀ ଶସ୍ତ୍ର ପ୍ରଦାନ କରିଥିଲେ । ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଶହୀଦ ପୋଲିସ୍‍ ପରିବାରବର୍ଗଙ୍କୁ ଭେଟିଥିଲେ । ସୂଚନାଯୋଗ୍ୟ, ୨୦୦୮ ନଭେମ୍ବର ୨୬ ତାରିଖରେ ମୁମ୍ବାଇରେ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ହୋଇଥିଲା । ୪ ଦିନ ମଧ୍ୟରେ ଲସ୍କର-ଏ-ତୋୟବା ର ୧୦ଜଣ ଆତଙ୍କବାଦୀ ସହରର ବିଭିନ୍ନ ସ୍ଥାନରେ ଆକ୍ରମଣ କରିଥିଲେ । ଏଥିରେ ୧୬୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦୦ରୁ ଅଧିକ ଲୋକ ଆହତ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+