ଜାମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କବାଦୀ

ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପୂର୍ବରୁ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଭାରତୀୟ ସେନାର ସ୍ପେଶାଲ ଫୋର୍ସ ଓ ଜମ୍ମୁ-କଶ୍ମୀର ପୁଲିସ୍‌ର ଅପରେସନରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଉଧମପୁରରର ବସନ୍ତଗଡ଼-କଠୁଆ ସୀମାରେ ଚାଲିଥିବା ଅପରେସନରେ ଏପରି ସଫଳତା ମିଳିଛି। ଏବେ ବି ସେଠାରେ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବାରୁ ସର୍ଚ୍ଚ ଅପରେସନ ଜାରି ରହିଛି।

3 terrorists

ମିଳିଥିବା ସୂଚନା ଅନୁସାରେ, ବସନ୍ତଗଡ଼-କଠୁଆ ସୀମାନ୍ତରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ଭାରତୀୟ ସେନାର ପାରା ୧ ଟ୍ରୁପର, ୨୨ ଗରୱାଲ ରାଇଫଲ୍ସ ଓ ଜମ୍ମୁ-କଶ୍ମୀରର ପୁଲିସ୍‌ର ଏସଓଜି କମାଣ୍ଡମାନେ ସେଠାରେ ପହଞ୍ଚିଥିଲେ। ସେମାନେ ପୂରା ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ କରୁଥିବା ବେଳେ ଆତଙ୍କବାଦୀମାନେ ଗୁଳି ମାଡ଼ ଆରମ୍ଭ କରି ଦେଇଥିଲେ।

ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଜବାବ ଦିଆଯାଇଥିଲା। ଫଳରେ ଦୁଇ ପକ୍ଷ ମଧ୍ୟରେ ଘମାଘୋଟ ଲଢ଼େଇ ଆରମ୍ଭ ହୋଇଯାଇଥିଲା। ଦୀର୍ଘ ସମୟରେ ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏବେ ବି ସେଠାରେ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବାରୁ ସର୍ଚ୍ଚ ଅପରେସନ ଜାରି ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+