କରୋନା ଦୈନିକ ଅପଡେଟ୍ : ଦିନକରେ 5664 ନୂଆ ସଂକ୍ରମିତ ଚିହ୍ନଟ

ଦିନକୁ ଦିନ ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି । ଦୈନିକ ପଜିଟିଭ ମାମଲା 10 ହଜାରରୁ କମ ରହିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 5,664 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ନୂଆଦିଲ୍ଲୀ: ଦିନକୁ ଦିନ ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି । ଦୈନିକ ପଜିଟିଭ ମାମଲା 10 ହଜାରରୁ କମ ରହିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 5,664 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା 5,747 ଥିଲା । ଦେଶରେ ସଂକ୍ରମଣ କମୁଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 4,555 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

covid-19

ସୂଚନା ଅନୁସାରେ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 47,922ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.96%କୁ ବୃଦ୍ଧି ପାଇଛି । ଆଜି ପର୍ଯ୍ୟନ୍ତ 5,28,337 ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ସମଗ୍ର ଦେଶରେ ଆଜି ପର୍ଯ୍ୟନ୍ତ 216 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 14,84,216 ଜଣଙ୍କୁ ଟିକା ଦିଆଯାଇଛି । ବର୍ତ୍ତମାନ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ 20 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+