ଚଳନ୍ତା ଟ୍ରେନରୁ ଖସି ୫ ଯାତ୍ରୀଙ୍କ ମୃତ୍ୟୁ

ଚଳନ୍ତା ଟ୍ରେନରୁ ଖସିପଡିଲେ ଯାତ୍ରୀ । ଫଳରେ ୫ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଏଭଳି ଅଘଟଣ ଘଟିଛି ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଟର୍ମିନସରେ । ରେଳବାଇ ଅଧିକାରୀଙ୍କ ସୂଚନା ଅନୁସାରେ ପାଖାପାଖି ୧୦-୧୨ ଜଣ ଟ୍ରେନରୁ ଖସିପଡିଛନ୍ତି । ସେମାନଙ୍କ ମଧ୍ୟରୁ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି । ଟ୍ରେନରେ ମାତ୍ରାଧିକ ଯାତ୍ରୀ ଯାତ୍ରା କରୁଥିବାରୁ ଏପରି ଅଘଟଣ ଘଟିଥିବା କୁହାଯାଉଛି । ମୃତ୍ୟୁ ସଂଖ୍ୟା ବଢିବା ନେଇ ସନ୍ଦେହ କରାଯାଉଛି । ସେପଟେ ଅନେକ ଯାତ୍ରୀ ଆହତ ହୋଇଛନ୍ତି ।

5 Feared Dead After Passengers Fall Off Overcrowded Train Near Mumbai

ମିଳିଥିବା ସୂଚନା ଅନୁସାରେ, ଟ୍ରେନରେ ପ୍ରବଳ ଭିଡ଼ ଥିଲା । ମାତ୍ରାଧିକ ଯାତ୍ରୀ ଟ୍ରେନରେ ଥିବାରୁ କିଛି ଲୋକ ଡୋର୍ ନିକଟରେ ଛିଡା ହୋଇଥିଲେ । ତେବେ ଡୋର୍ ନିକଟରେ ଛିଡା ହୋଇଥିବା ଯାତ୍ରୀଙ୍କ ମଧ୍ୟରୁ ପାଖାପାଖି ୧୦-୧୨ ଜଣ ଖସିପଡିଥିବା ଜଣାପଡ଼ିଛି । ୫ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+