ପ୍ରଥମ ପର୍ଯ୍ୟାୟରେ ଭାରତର 13 ସହରରେ ମିଳିବ 5ଜି ସେବା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଆଇଏମଟି/5ଜି ସ୍ପେକ୍ଟ୍ରମ ନିଲାମ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ନିଲାମରେ ସର୍ବୋଚ୍ଚ ମୂଲ୍ୟ ଦେବାକୁ ପ୍ରସ୍ତାବ ଦେଇଥିବା ସଂସ୍ଥା/ବିଡରଙ୍କୁ 5ଜି ସେବା ଦେଶରେ ପ୍ରଦାନ କରିବାର
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ 5ଜି ସ୍ପେକ୍ଟ୍ରମ ନିଲାମ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ନିଲାମରେ ସର୍ବୋଚ୍ଚ ମୂଲ୍ୟ ଦେବାକୁ ପ୍ରସ୍ତାବ ଦେଇଥିବା ସଂସ୍ଥାଙ୍କୁ 5ଜି ସେବା ଦେଶରେ ପ୍ରଦାନ କରିବାର ଅଧିକାର ମିଳିବ। ଜନସାଧାରଣ ଓ ଉଦ୍ୟୋଗ ସମୂହ ଏହି ସେବା ପାଇ ପାରିବେ। ସାରା ଭାରତରେ ନୁହେଁ ବରଂ ପ୍ରଥମ ପର୍ଯ୍ୟାୟରେ କିଛି ସହରରେ ଏହି ସେବା ଆରମ୍ଭ ହେବ।

ଦୂରସଂଚାର ବିଭାଗ ଅନୁଯାୟୀ, ପ୍ରଥମେ 13ଟି ସହରରେ 5ଜି ସେବା ଆରମ୍ଭ ହେବ। ଏହି ସହର ଗୁଡିକ ହେଉଛି, ଗୁରୁଗ୍ରାମ, ବେଙ୍ଗାଲୁରୁ, କୋଲକାତା, ମୁମ୍ବାଇ, ଚଣ୍ଡୀଗଡ଼, ଦିଲ୍ଲୀ, ଜାମନଗର, ଅହମଦାବାଦ, ଚେନ୍ନାଇ, ହାଇଦ୍ରାବାଦ, ଲକ୍ଷ୍ନୌ, ପୁଣେ ଏବଂ ଗାନ୍ଧିନଗର।
ତେବେ ଦେଶରେ ଘରୋଇ 5ଜି ଟେକ୍ନୋଲୋଜି ସେବା ଆରମ୍ଭ କରିବାକୁ ସରକାର ଦେଶର ଆଠଟି ଶ୍ରେଷ୍ଠ ଟେକ୍ନୋଲୋଜି ପ୍ରତିଷ୍ଠାନରେ 5ଜି ଟେଷ୍ଟ ବେଡ ସେଟ ଅପ ସ୍ଥାପନ କରିଛନ୍ତି । ସରକାର ମଧ୍ୟ ଉତ୍ପାଦନଭିତ୍ତିକ ପ୍ରୋତ୍ସାହନ ନୀତି ମାଧ୍ୟମରେ ମୋବାଇଲ ଫୋନ, ଟେଲିକମ ସାମଗ୍ରୀ ଓ ସେମିକଣ୍ଡକ୍ଟର ନିର୍ମାଣକୁ ପ୍ରୋତ୍ସାହନ ଯୋଗାଉଛନ୍ତି। ଏହି ଉଦ୍ୟମ ଦେଶରେ 5ଜି ସେବା ପ୍ରବର୍ତ୍ତନ ପାଇଁ ଉପଯୁକ୍ତ ବାତାବରଣ ସୃଷ୍ଟି କରିବ ବୋଲି ଆଶା କରାଯାଉଛି ।












Click it and Unblock the Notifications