ସାମାନ୍ୟ ବଢିଲା ଦୈନିକ କରୋନା ମାମଲା, ଚିହ୍ନଟ ହେଲେ 6294 ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 6 ହଜାର 294 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 916 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଦେଶରେ ଜାରି ରହିଥିବା କରୋନା ମାମଲାରେ ହ୍ରାସ ପରେ ଗତକାଲି ଏଥିରେ ସାମାନ୍ୟ ବୃଦ୍ଧି ହୋଇଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲା 44 ହଜାର ରହିଛି । ଗତକାଲି ଦୈନିକ ମାମଲା ପୁଣି 6 ହଜାର ପରେ ରହିଛି ।

CoronaVirus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 6 ହଜାର 294 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 916 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 44 ହଜାର 161 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟରେ 19 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 45 ଲକ୍ଷ 20 ହଜାର 190 କୁ ବୃଦ୍ଧି ପାଇଛି । ସେହିପରି ସୁସ୍ଥ ହୋଇଥିବା ମୋଟ ଲୋକଙ୍କ ସଂଖ୍ୟା 4 କୋଟି 39 ଲକ୍ଷ 47 ହଜାର 756 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 273 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 216 କୋଟି 17 ଲକ୍ଷ 78 ହଜାର 020 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 19 ଲକ୍ଷ 61 ହଜାର 896 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+