ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୭ଶ୍ରମିକ ମୃତ
ମହାରାଷ୍ଟ୍ରର ନାନ୍ଦେଡ୍ ଜିଲ୍ଲାରେ ସଡ଼କ ଦୁର୍ଘଟଣାରେ ୭ ଜଣ ମହିଳା ଶ୍ରମିକଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟ ଆତ୍ମୀୟ ସ୍ୱଜନଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିବା ସହ ଆହତମାନଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବୀଶ ଦୁର୍ଘଟଣାରେ ଶୋକ ପ୍ରକାଶ କରି ମୃତକ ପରିବାରପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ମଧ୍ୟ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ, ଆଜି ପ୍ରତ୍ୟୁଷରେ ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟର ଏକ କୂଅରେ ଖସି ପଡ଼ିବାରୁ ୭ ଜଣ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ସ୍ଥଳରୁ ୨ ଜଣ ମହିଳା ଏବଂ ଜଣେ ପୁରୁଷ ଶ୍ରମିକଙ୍କ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି












Click it and Unblock the Notifications