ପୁଣି ବଢିଲା କରୋନାଜନିତ ମୃତ୍ୟୁ ସଂଖ୍ୟା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 795 ରୋଗୀ
ଦେଶରେ ଗତ 24 ଘଣ୍ଟାରେ ମୋଟ 795 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 58 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1280 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ ଦୈନିକ କରୋନା ମାମଲାରେ ହ୍ରାସ ହେବାରେ ଲାଗିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ଆଖିଦୃଶିଆ ହ୍ରାସ ହୋଇଛି । କିନ୍ତୁ ଗତ 24 ଘଣ୍ଟାରେ ଏହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 795 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 58 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1280 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ବର୍ତ୍ତମାନ ଦେଶରେ ମୋଟ 12 ହଜାର 054 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 29 ହଜାର 839 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 24 ଲକ୍ଷ 96 ହଜାର 369 ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 21 ହଜାର 416 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 184 କୋଟି 87 ଲକ୍ଷ 33 ହଜାର 081 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି 16 ଲକ୍ଷ 17 ହଜାର 668 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications