ଭୟଙ୍କର ସଡ଼କ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ, ୧୯ ଆହତ
Accident News: ଶୁକ୍ରବାର ଅପରାହ୍ନରେ ଉତ୍ତରପ୍ରଦେଶର କନ୍ନୌଜ ଜିଲ୍ଲାର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଦ୍ରୁତ ଗତିରେ ଆସୁଥିବା ଡବଲ-ଡେକର ବସ୍ ଏକ୍ସପ୍ରେସ୍ ସାଇଡ ଗଛରେ ପାଣି ଦେଉଥିବା ଏକ ଟ୍ୟାଙ୍କରକୁ ମୁହାଁମୁହିଁ ଧକ୍କା ଦେଇଥିଲା ଫଳରେ ୮ ଜଣଙ୍କ ମୃତ୍ୟୁ ହୋଇଥିଲା ସେହିପରି ଏହି ଦୁର୍ଘଟଣାରେ ୧୯ ଜଣ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁସାରେ ଦୁଇ ଗାଡ଼ି ମୁହାଁମୁହିଁ ଧକା ହେବା ଫଳରେ ଦୁର୍ଘଟଣା ସ୍ଥଳରେ ୬ ଜଣଙ୍କମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ପହଞ୍ଚିବା ପରେ ଅନ୍ୟ ଦୁଇ ଜଣଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହା ବ୍ୟତୀତ ଅନେକ ଯାତ୍ରୀ ବସ୍ରେ ଫସି ରହିଥିବା ନେଇ ସୂଚା ରହିଥିଲା । ଘଟଣା ସମ୍ପର୍କରେ ସୂଚନା ଦେଇ ଏସପି ଅମିତ କୁମାର କହିଛନ୍ତି ଯେ ୮ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୯ ଜଣ ଆହତ ହୋଇଛନ୍ତି।

ସେ କହିଛନ୍ତି, ଏକ୍ସପ୍ରେସୱେରେ ଥିବା ଏକ ଟ୍ୟାଙ୍କରଟି ଗଛରେ ପାଣି ଦେବା ସମୟରେ ଦୁର୍ଘଟଣା ଘଟିଛି । ମୁହାଁମୁହିଁ ଧକ୍କା ହେବା ପରେ ଉଭୟ ବସ୍ ଏବଂ ଟ୍ୟାଙ୍କର୍ ଗାଡି ଓଲଟି ପଡିଥିଲା। ଯେଉଁଥିପାଇଁ ବସ୍ରେ ଯାତ୍ରା କରୁଥିବା ଯାତ୍ରୀଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ବସ୍ରେ ଫସି ରହିଥିବା ଯାତ୍ରୀଙ୍କୁ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଉଦ୍ଧାର କରାଯାଇଥିଲା । ଘଟଣା ସମ୍ପର୍କରେ ପୋଲିସକୁ ସୂଚନା ଦିଆଯିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିବା ସହ ମୃତ୍ୟୁ ଦେହ ଜବତ କରିଥିଲା ।
ଦୁର୍ଘଟଣା ପରେ ଘଟଣାସ୍ଥଳର ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ବସଟି ଓଲଟି ପଡିବା ସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ମୃତଦେହ ବସ୍ ନିକଟରେ ପଡ଼ିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ । ବର୍ତ୍ତମାନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications