ଛତିଶଗଡ଼ ଦନ୍ତେଓ୍ୱାଡ଼ାରେ ସୁରକ୍ଷା ବଳ ସହ ଏନ୍କାଉଣ୍ଟର୍ରେ ୯ ନକ୍ସଲ ମୃତ
ନୂଆଦିଲ୍ଲୀ: ମଙ୍ଗଳବାର ଦିନ ଛତିଶଗଡ଼ର ଦନ୍ତେୱାଡ଼ାରେ ସୁରକ୍ଷା କର୍ମୀଙ୍କ ସହ ହୋଇଥିବା ଏନକାଉଣ୍ଟରରେ ଅତି କମରେ ନଅ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି । ଛତିଶଗଡ଼ର ଦନ୍ତେୱାଡା ଏବଂ ବିଜାପୁରର ସୀମାନ୍ତ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ହୋଇଛି ଗୁଳି ବିନିମୟ । ତେବେ ଏଥିରେ ବର୍ତ୍ତମାନ ସୁଦ୍ଧା ୯ ଜଣ ନକ୍ସଲ ନିହତ ହୋଇଥିବା ବେଳେ ଏବେବି ଜଙ୍ଗଲରେ ଚାଲିଛି ସର୍ଚ୍ଚ ଅପରେସନ । ଏଥିସହ ଘଟଣାସ୍ଥଳରୁ ବିପୁଳ ମାତ୍ରାରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।
ସୂଚନା ମୁତାବକ,ପଶ୍ଚିମ ବସ୍ତର ଡିଭିଜନରେ କିଛି ନକ୍ସଲ ଲୁଚି ରହିଥିବା ସୂଚନା ମିଳିବା ପରେ ପୁଲିସ ଓ ସୁରକ୍ଷା ବାହିନୀର ମିଳିତ ଟିମ୍ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଆଜି ସକାଳ ସାଢ଼େ ୧୦ଟାରେ ଖୋଜାଖୋଜି ବେଳେ ପୁଲିସ ଟିମ୍ ସହ ନକ୍ସଲମାନଙ୍କ ମୁହାଁମୁହିଁ ହୋଇଥିଲା। ଏହା ପରେ ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଆରମ୍ଭ ହୋଇଛି।

ଏହି ଗୁଳି ବିନିମୟରେ ୯ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ଏବେ ବି ଅଞ୍ଚଳରେ ଗୁଳିବିନିମୟ ଜାରି ରହିଛି। ଯବାନମାନେ ସାହାସର ସହ ନକ୍ସଲଙ୍କ ସହ ମୁକାବିଲା କରୁଛନ୍ତି। ଏହି ଅପରେସନରେ ଜଡିତ ସମସ୍ତ ସୈନିକ ସୁରକ୍ଷିତ ଅଛନ୍ତି। ପୂରା ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।












Click it and Unblock the Notifications