ପଶ୍ଚିମବଙ୍ଗରେ ୫ଟା ସୁଦ୍ଧା ୯୦ % ଭୋଟିଂ
ଆଜି ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ମତଦାନ ଜାରି ରହିଛି । ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟରେ ୧୫୨ଟି ନିର୍ବାଚନ ମଣ୍ଡଳୀ ଏବଂ ତାମିଲନାଡୁରେ ୨୩୪ଟି ନିର୍ବାଚନ ମଣ୍ଡଳୀରେ ଗୋଟିଏ ପର୍ଯ୍ୟାୟରେ ମତଦାନ ହେଉଛି। ସମସ୍ତ ମତଦାନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଉଭୟ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ମଧ୍ୟରେ କଠୋର ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଶାନ୍ତିପୂର୍ଣ୍ଣ ଏବଂ ନିରପେକ୍ଷ ନିର୍ବାଚନ ସୁନିଶ୍ଚିତ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଦୁଇ ରାଜ୍ୟରେ ବମ୍ପର ଭୋଟିଂ ହୋଇଛି। ଏହାରି ମଧ୍ୟରେ ଅପରାହ୍ନ ୫ଟା ସୁଦ୍ଧା ପଶ୍ଚିମବଙ୍ଗରେ ୯୦ ପ୍ରତିଶତ ଏବଂ ତାମିଲନାଡୁରେ ୮୨.୨୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସେହିଭଳି ଅପରାହ୍ନ ୩ଟା ସୁଦ୍ଧା, ପଶ୍ଚିମବଙ୍ଗରେ ୭୮.୭୭ ପ୍ରତିଶତ ଏବଂ ତାମିଲନାଡୁରେ ୭୦ ପ୍ରତିଶତ ମତଦାନ ରେକର୍ଡ କରାଯାଇଥିଲା।













Click it and Unblock the Notifications