ଜମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ବଡ ସଫଳତା, ଏନକାଉଣ୍ଟର ଟଳିଲେ ୨ ଆତଙ୍କବାଦୀ

ଜମ୍ମୁ ପୁଞ୍ଚ ଅଞ୍ଚଳରେ ସୀମା ଡେଇଁ ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଆତଙ୍କୀ ଟଳିଥିବା ସୂଚନା । ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରି ରାତି ତମାମ ଚାଲିଛି ଜୋରଦାର ସର୍ଚ୍ଚ ଅପରେସନ । ଗୁରୁବାର ସନ୍ଧ୍ୟା ସମୟରୁ ପୁଞ୍ଚ ସ୍ଥିତ ଏଲଓସି ନିକଟରେ ଉତ୍ତେଜନା ଦେଖିବାକୁ ମିଳିଛି । କିଛି ଆତଙ୍କୀ ସୀମାଡେଇଁ ଭାରତକୁ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିବା ବେଳେ ଏହା ସୁରକ୍ଷାକର୍ମୀଙ୍କ ଦୃ୍‌ଷ୍ଟିରେ ପଡ଼ଥିଲା ।

terrorists

ଆତଙ୍କୀମାନେ ସୁରକ୍ଷାକର୍ମୀଙ୍କ ଉପରେ ପ୍ରଥମେ ଗୁଳି ଚାଳନା କରିଥିବା ବେଳେ ସେନାର ଯବାନ ମାନେ ପାଲଟା ଗୁଳି ଚାଳନା କରିଥିଲେ । ଯବାନଙ୍କ ଗୁଳିରେ ଦୁଇ ଜଣ ଆତଙ୍କୀ ପ୍ରାଣ ହରାଇଥିବା ବେଳେ ଆଉ କିଛି ସୀମାବର୍ତ୍ତୀ ଅଞ୍ଚଳରେ ଲୁଚିଥିବା ଆଶଙ୍କା କରାଯାଉଛି । ସମଗ୍ର ଅଞ୍ଚଳକୁ ସୁରକ୍ଷାକର୍ମୀମାନେ ଘେରାଉ କରିବା ସହ ରାତି ତମାମ ସର୍ଚ୍ଚ ଅପରେସନ କରିଛନ୍ତି । ପାକିସ୍ତାନ ପଟୁ ଭାରତକୁ ବିଭିନ୍ନ ସମୟରେ ଆତଙ୍କୀମାନେ ଅନୁପ୍ରବେଶ ଉଦ୍ୟମ କରୁଥିବା ବେଳେ ଏହାର କଡ଼ା ଜବାବ ଦେଉଛନ୍ତି ଭାରତୀୟ ସୁରକ୍ଷା ବାହିନୀର ଯବାନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+