ସୁରକ୍ଷା ବାହିନୀ-ମାଓବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଏକ ବଡ଼ ସଫଳତା;୧୬ ମାଓବାଦୀ ନିହତ
ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମି ଜିଲ୍ଲାର ସରଣ୍ଡା ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଏକ ବଡ଼ ସଫଳତା ମିଳିଛି। ସୁରକ୍ଷା ବାହିନୀ ୧ କୋଟି ଟଙ୍କା ପୁରସ୍କାର ରାଶି ଥିବା କୁଖ୍ୟାତ ମାଓ ନେତା ଅନଲଙ୍କୁ ହତ୍ୟା କରିଛି। ଅନଲ ସିପିଆଇ (ମାଓବାଦୀ)ର କେନ୍ଦ୍ରୀୟ କମିଟି ସଦସ୍ୟ (ସିସିଏମ୍) ଥିଲେ ଏବଂ ଦୀର୍ଘ ଦିନ ଧରି ସୁରକ୍ଷା ବାହିନୀର ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଥିଲେ।ଏହି ଘଟଣା ଛୋଟାନାଗ୍ରାହ ଥାନା ଅଞ୍ଚଳରେ ଘଟିଥିବା ଜଣାପଡ଼ିଛି।

ସୁରକ୍ଷା ବାହିନୀ ଅଞ୍ଚଳରେ ଏକ ସର୍ଚ୍ଚ ଅପରେସନ୍ ଚଳାଇଛନ୍ତି। ଏନକାଉଣ୍ଟର ପରେ ସମଗ୍ର ଅଞ୍ଚଳରେ ହାଇ ଆଲର୍ଟ ଘୋଷଣା କରାଯାଇଛି ଏବଂ ଘଟଣାସ୍ଥଳରେ ଅତିରିକ୍ତ ଫୋର୍ସ ମୁତୟନ କରାଯାଇଛି। ଝାଡ଼ଖଣ୍ଡରେ ଏତେ ସଂଖ୍ୟାରେ ମାଓବାଦୀ କେବେ ଏକକାଳୀନ ନିହତ ହୋଇନାହାଁନ୍ତି। ଏହା ପୁଲିସ ପାଇଁ ଏକ ବଡ଼ ସଫଳତା। ଅନଲଙ୍କ ସ୍କ୍ୱାଡ୍ କୋବ୍ରା-୨୦୯ ବାଟାଲିଅନ୍ ସହିତ ସିଧାସଳଖ ଏନକାଉଣ୍ଟରରେ ଲିପ୍ତ ହୋଇଥିଲା, ଯାହା ଫଳରେ ୧୬ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଅଞ୍ଚଳରେ ସର୍ଚ୍ଚ ଅପରେସନ ଏବେ ବି ଜାରି ରହିଛି ଏବଂ ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରି ରଖିଛନ୍ତି।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications