ମିନି ଟ୍ରକ୍କୁ ଟ୍ରେଲର ଧକ୍କା; ୯ ମହିଳାଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ
ଛତିଶଗଡ଼ର ରାୟପୁରର ଖରୋରା ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମିନି ଟ୍ରକ୍କୁ ଟ୍ରେଲର ଧକ୍କା ଦେବାରୁ ୯ ମହିଳାଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୧୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ଥିବା ଜଣାଯାଇଛି।
କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସମସ୍ତେ ବନାରସୀ ଯାଇଥିଲେ। କାର୍ଯ୍ୟକ୍ରମରେ ଯୋଗ ଦେଇ ସମସ୍ତେ ଗତକାଲି ବିଳମ୍ବିତ ରାତିରେ ଛତିଶଗଡ଼ ଫେରୁଥିଲେ। ଏହି ସମୟରେ ରାୟପୁରର ଖରୋରା ନିକଟରେ ମିନି ଟ୍ରକ୍କୁ ଟ୍ରେଲର ଧକ୍କା ଦେଇଥିଲା। ଦୁର୍ଘଟଣାରେ ୯ ମହିଳାଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଥିଲା।

ଏଥିସହ ଦୁର୍ଘଟଣାରେ ୧୨ ଜଣ ଆହତ ହୋଇଛନ୍ତି ।ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ମୃତାହତଙ୍କ ସଂଖ୍ୟା ବଢ଼ିପାରେ ଆଶଙ୍କା କରାଯାଇଛି। ପୋଲିସ ଦୁର୍ଘଟଣାଗସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।












Click it and Unblock the Notifications