ମହାରାଷ୍ଟ୍ରରେ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୃତଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ଗୋଣ୍ଡିଆରେ ଏକ ବସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ପକ୍ଷରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ।

'ମହାରାଷ୍ଟ୍ରର ଗୋଣ୍ଡିଆରେ ଘଟିଥିବା ବସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ। କ୍ଷତିଗ୍ରସ୍ତଙ୍କୁ ସ୍ଥାନୀୟ ପ୍ରଶାସନ ସହାୟତା କରୁଛି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତଙ୍କୁ ୫୦ ହଜାର ଟଙ୍କା ଦିଆଯିବ।'












Click it and Unblock the Notifications