ମହାକୁମ୍ଭ ପାଇଁ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ୍ କରି ଆସନ୍ତା ମାସରେ ପ୍ରୟାଗରାଜଠାରେ ହେବାକୁ ଥିବା ମହାକୁମ୍ଭମେଳାରେ ଯୋଗଦେବା ନିମନ୍ତେ ନିମନ୍ତ୍ରଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଦିଲ୍ଲୀ ଉପରାଜ୍ୟପାଳ ବିନୟ କୁମାର ସକ୍ସେନାଙ୍କୁ ନିମନ୍ତ୍ରଣ କରିଛନ୍ତି।

ଏଥିସହିତ ଯୋଗୀ ତାଙ୍କ 'ଏକ୍ସ' ହ୍ୟାଣ୍ଡେଲରେ ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଭେଟିବାର ଏକ ଫଟୋ ପୋଷ୍ଟ କରି ମୂଲ୍ୟବାନ ସମୟ ଦେଇଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମହାକୁମ୍ଭ ଆରମ୍ଭ ହେବାକୁ ଆଉ ମାତ୍ର ଅଳ୍ପ ଦିନ ବାକି ରହିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଏବଂ ତାଙ୍କ ମନ୍ତ୍ରୀମାନେ ମହାକୁମ୍ଭ ପାଇଁ ସ୍ୱତନ୍ତ୍ର ଏବଂ ସାଧାରଣ ଲୋକଙ୍କୁ ନିମନ୍ତ୍ରଣ କରିବାକୁ ବିଭିନ୍ନ ରାଜ୍ୟକୁ ଯାଉଛନ୍ତି। ମହାକୁମ୍ଭମେଳା ଆସନ୍ତା ମାସ ୧୩ ତାରିଖରେ ଆରମ୍ଭ ହୋଇ ଫେବୃୟାରୀ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ ।












Click it and Unblock the Notifications