ତିନି ଦିନିଆ ଓଡ଼ିଶା ଗସ୍ତ ସାରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଶେଷ ହେଲା ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଆ ଗସ୍ତ । ବାୟୁସେନା ବିମାନରେ ଦିଲ୍ଲୀ ଫେରିଗଲେ ମହାମହିମ । ଗତ ୩ ଦିନ ଧରି କଟକ, ଭୁବନେଶ୍ୱରରେ ଆୟୋଜିତ ଅନେକ କାର୍ଯ୍ୟାକ୍ରମରେ ସାମିଲ ହୋଇଥିଲେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ବିଦାୟୀ ବେଳେ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଫେସର ଗଣେଶୀ ଲାଲଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

 president

ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନ। ରାଜଭବନରେ ଆଦିମ ଜନଜାତି ସମ୍ପ୍ରଦାୟ ସଦସ୍ୟଙ୍କ ସହ ମତ ବିନିମୟ କରିବା ସହ ପରେ ଟମାଣ୍ଡୋ ଦଶବାଟିଆରେ ବ୍ରହ୍ମକୁମାରୀ ସେଣ୍ଟରରେ ଲାଇଟ୍ ହାଉସ୍ କମ୍ପେ୍ଲକ୍ସର ଶିଳାନ୍ୟାସ କରିଥିଲେ ମହାମହିମ ।

ରାଷ୍ଟ୍ରପତି ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । ଚଳିତ ବର୍ଷର ପ୍ରଜାପିତା ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ବବିଦ୍ୟାଳୟର ''ସକାରାତ୍ମକ ପରିବର୍ତ୍ତନର ବର୍ଷ'' କାର୍ଯ୍ୟକ୍ରମକୁ ମଧ୍ୟ ଶୁଭାରମ୍ଭ କରିିଥିଲେ । ଏହି କାର୍ଯ୍ୟକ୍ରମ ଅଧୀନରେ ଦେଶବ୍ୟାପୀ ଆଲୋଚନାଚକ୍ର ଓ ସମ୍ମିଳନୀ ଆୟୋଜନ କରାଯାଇଥିଲା ।

ସେହିପରି ଗତକାଲି ରଥମେ କଟକର ଅଧିଷ୍ଠାତ୍ରୀ ଦେବୀ ମା' ଚଣ୍ଡୀଙ୍କୁ ଦର୍ଶନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଟକ ଚଣ୍ଡି ମନ୍ଦିରରେ ପହଞ୍ଚି ମା'ଙ୍କ ପୂଜାର୍ଚ୍ଚନା କରିଥିଲେ ରାଷ୍ଟ୍ରପତି । ଏହା ପରେ ଶୈଳବାଳା ମହିଳା ମହାବିଦ୍ୟାଳୟପରିଦର୍ଶନ କରି ମଧୁବାବୁ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ପରେ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟକୁ ଯାଇଥିଲେ। ପରେ କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଓଡିଶା ହାଇକୋର୍ଟର ୭୫ ତମ ପ୍ରତିଷ୍ଠା ସମାରୋହର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପରେ SCB ମେଡିକାଲ କଲେଜ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି। ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+