ଆମେରିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଫ୍ରାନ୍ସ ଗସ୍ତ ଶେଷ କରିବା ପରେ ବୁଧବାର ଆମେରିକାରେ ପହଞ୍ଚିଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ପରେ ଏହା ମୋଦିଙ୍କର ପ୍ରଥମ ଆମେରିକା ଗସ୍ତ । ଆମେରିକାରେ ପହଞ୍ଚିବା ପରେ ବିମାନବନ୍ଦରରେ ମୋଦିଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ମୋଦିଙ୍କ ଦ୍ୱିପାକ୍ଷିକ ଆଲୋଚନା ହେବ । ସେହିପରି ବ୍ଲେୟାର୍ ହାଉସରେ ପ୍ରବାସୀ ଭାରତୀୟଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ।

ୱାଶିଂଟନରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ମୋଦି ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ସେୟାର କରି ଲେଖିଛନ୍ତି ଯେ ସେ କିଛି ସମୟ ପୂର୍ବରୁ ୱାଶିଂଟନ ଡିସିରେ ପହଞ୍ଚିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ଏବଂ ଭାରତ-ଆମେରିକା ବ୍ୟାପକ ବିଶ୍ୱ ରଣନୈତିକ ସହଭାଗୀତାକୁ ଆଗକୁ ବଢ଼ାଇବା ପାଇଁ କାମ କରିବେ ।

PM Modi

ବୈଦେଶିକ ମନ୍ତ୍ରଣାଳୟ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏହି ଗସ୍ତ ବିଷୟରେ ଘୋଷଣା କରିଛି ଏବଂ ଏହାକୁ ଦୁଇ ଦେଶ ମଧ୍ୟରେ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କହିଛି। ମନ୍ତ୍ରଣାଳୟ ଏହା ମଧ୍ୟ କହିଛି ଯେ ପ୍ରଧାନମନ୍ତ୍ରୀ ମୋଦି ଆମେରିକୀୟ କ୍ୟାବିନେଟର ସଦସ୍ୟ ଏବଂ ପ୍ରମୁଖ ଶିଳ୍ପ ନେତାମାନଙ୍କୁ ମଧ୍ୟ ଭେଟିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+