ଓଡିଶାକୁ ବଡ ଆଇଟି ହବରେ ପରିଣତ କରାଯିବ: ଓଡିଶାକୁ ସେମିକଣ୍ଡକ୍ଟର ୟୁନିଟ୍ ଆଣିବା ଲକ୍ଷ୍ୟ
ଓଡିଶାକୁ ବଡ ଆଇଟି ହବରେ ପରିଣତ କରାଯିବ । ଓଡିଶାକୁ ସେମିକଣ୍ଡକ୍ଟର ୟୁନିଟ୍ ଆଣିବାର ଲକ୍ଷ୍ୟ ରଖାଯାଇଛି । ସେମିକଣ୍ଡକ୍ଟର ଶିକ୍ଷା ପାଇଁ ରାଜ୍ୟର ୪ଟି ବିଶ୍ୱବିଦ୍ୟାଳୟକୁ ସାମିଲ କରାଯାଇଛି । ଆହୁରି ୫ଟି କଲେଜ ସାମିଲ କରିବାର ସୁଯୋଗ ଅଛି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
ଓଡ଼ିଶାରେ IT ପ୍ରଫେସନାଲଙ୍କର ଅଭାବ ନାହିଁ । ଓଡ଼ିଶାକୁ ଆଗାମୀ ଦିନରେ ଏକ ବଡ଼ IT ହବ୍ କରିବା ଲକ୍ଷ୍ୟ । 'ଏନେଇ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ସଚିବଙ୍କ ସହ ଆଲୋଚନା ହୋଇଛି ।ମୁଁ ବିଭିନ୍ନ IT କ୍ଷେତ୍ରକୁ ଯାଇ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଛି' । ଓଡ଼ିଶାରେ ଥିବା ଟ୍ୟାଲେଣ୍ଟଙ୍କ ଠାରୁ ଫାଇଦା ପାଇଦା ପାଇଁ କହିଛି । ଓଡ଼ିଶାରେ ୪ଟି ଶିକ୍ଷାନୁଷ୍ଠାନରେ ସେମି କଣ୍ଡକ୍ଟର ଶିକ୍ଷା ଆରମ୍ଭ ହୋଇଛି । ଆଉ ୫ଟି କଲେଜରେ ସେମି କଣ୍ଡକ୍ଟର ଶିକ୍ଷା ପାଇଁ ପ୍ରସ୍ତାବ ଦେଉଛି । ଓଡ଼ିଶାରେ ରେଳ ଭିତ୍ତିଭୂମି କ୍ଷେତ୍ରରେ ମଧ୍ୟ ବିକାଶ ଜାରି ରହିଛି ।

ଆଜି ଏହି ଚୁକ୍ତିନାମା ସ୍ବାକ୍ଷରିତ ହେବା ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍ ଓରାମ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଆଜି ବିଜ୍ଞାନ ଭବନରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।
ଏହି କାର୍ଡ ଦ୍ବାରା ସାରା ଭାରତରେ ଯେକୌଣସି ସ୍ଥାନରେ ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲରେ ୫ ଲକ୍ଷରୁ ୧୦ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା କରିପାରିବେ।
ସୂଚନା ଅନୁଯାୟୀ ରାଜ୍ୟରେ ଆସନ୍ତା ଫେବ୍ରୁଆରି ମାସରୁ 'ଆୟୁଷ୍ମାନ ଭାରତ' ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆଜି ନୂଆଦିଲ୍ଲୀରେ ଏଥିପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଛି । ଓଡ଼ିଶାରେ ଜାରି ରହିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ନୂଆ ନାଁ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା) ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ । ଗୋଟିଏ କାର୍ଡରେ ଉପଲବ୍ଧ ହେବ ସ୍ୱାସ୍ଥ୍ୟସେବା। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଯୋଜନା । ପୁରୁଣା କାର୍ଡକୁ ହଟାଇ ଖୁବଶୀଘ୍ର ଦିଆଯିବ ନୂଆ କାର୍ଡ। ପୁରୁଣା କାର୍ଡର ପରିବର୍ତ୍ତନ ହେବ ଲୋଗୋ।












Click it and Unblock the Notifications