ଜମ୍ମୁ-କଶ୍ମୀର ଆତଙ୍କୀ ହମଲା: ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଓୱେସି, କହିଲେ ମୋଦି କହୁଥିଲେ ଘରେ....
ଗତକାଲି ସନ୍ଧ୍ୟାରେ ଜମ୍ମୁ- କଶ୍ମୀରର ଡୋଡା ଜିଲ୍ଲାରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟରେ ୪ ଯବାନ ଶହୀଦ ହୋଇଥଲେ । ମୃତକଙ୍କ ମଧ୍ୟରେ ଜଣେ ଅଧିକାରୀ ଓ ୩ ଯବାନ ରହିଥିଲେ । ବର୍ତ୍ତମାନ ଆଉ ଜଣେ ଯବାନ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ଆତଙ୍କବାଦୀ ସଙ୍ଗଠନ କଶ୍ମୀର ଟାଇଗର୍ସ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି ।
ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଜୈସ- ଇ- ମହମ୍ମଦ ସହ ଏହି ସଙ୍ଗଠନର ସମ୍ପର୍କ ଥିବା ଜଣାଯାଇଛି । ବର୍ତ୍ତମାନ ଏହି ଆତଙ୍କି ଆକ୍ରମଣ ପରେ ଦେଶରେ ରାଜନୈତିକ ମାହୋଲ ହୋଇଛି ପୁରା ଉଷ୍ମ । ଏହି ଘଟଣାରେ ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱେସି ପ୍ରଧାନମନ୍ତ୍ରୀ ମୋଦିଙ୍କୁ କରିଛନ୍ତି ଟାର୍ଗେଟ । ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହୁଥିଲେ କି ଆମେ ଘରେ ପଶି ମାରିବୁ ।

ହେଲେ ଏ ସବୁ କଣ ହେଉଛି ବୋଲି ସେ ପ୍ରଶ୍ନ କରିଛନ୍ତି । ଇଏ ସରକାରଙ୍କ ବଡ଼ ବିଫଳତା । କେନ୍ଦ୍ର ସରକାର ଆତଙ୍କବାଦକୁ ନିୟନ୍ତ୍ରଣରେ ରଖିପାରୁନାହାନ୍ତି ବୋଲି ସେ ଏଏନ୍ଆଇ ଦେଇଥିବା ସାକ୍ଷାତକାରରେ କହିଛନ୍ତି । ଡୋଡାର ଯେଉଁ ସ୍ଥାନରେ ଏହା ଆକ୍ରମଣ ହୋଇଛି ତାହା ଏଲ୍ଓସି ଠାରୁ ବହୁତ ଦୂର । ତେଣୁ ଏହା ବଡ଼ ଚିନ୍ତାର ବିଷୟ ବୋଲି ଓୱେସି କହିଛନ୍ତି ।
-
୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ












Click it and Unblock the Notifications