ଜାନୁୟାରୀ ୩ରୁ ଭୁବନେଶ୍ୱରରୁ ୫ ସହରକୁ ବିମାନ ସେବା

ଭୁବନେଶ୍ବର: ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡ଼ାରୁ ଅଧିକ ସହରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ । ଜାନୁୟାରି ୧ରୁ ଝାରସୁଗୁଡ଼ା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ଏବଂ ଜାନୁୟାରି ୩ରୁ ଭୁବନେଶ୍ୱର ବିମାନ ବନ୍ଦରରୁ ୫ଟି ସହରକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ। ଏହି ସବୁ ନୂଆ ସହରକୁ ସିଧାସଳଖ ବିମାନ ସେବା ପାଇଁ ଦୀର୍ଘଦିନ ଧରି ଦାବି ହୋଇ ଆସୁଥିଲା ।

bijupatnaikinternationalairport

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଏସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି । ଦେଢ଼ମାସ ପୂର୍ବରୁ ସିଧାସଳଖ ବିମାନ ସେବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମଧ୍ୟ ସୋସିଆଲ ମିଡ଼ିଆ ଏକ୍ସରେ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀ ସୋମବାର ଏକ୍ସରେ ଏସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଓଡ଼ିଶା ବିକାଶର ନୂଆ ଉଡ଼ାଣ କରୁଛି । ଏବେ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଏହା ରାଜ୍ୟର ଅର୍ଥନୀତିକ ବିକାଶ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ । ଓଡ଼ିଶାର ଯୋଗାଯୋଗ ବ୍ୟବସ୍ଥାରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+