ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଜି -20 ଶିଖର ସମ୍ମିଳନୀ ପାଇଁ ସର୍ବଦଳୀୟ ବୈଠକ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜି -20 ଶିଖର ସମ୍ମିଳନୀର ଅଧ୍ୟକ୍ଷତା ସମ୍ପର୍କରେ ଏକ ସର୍ବଦଳୀୟ ବୈଠକ କରାଯାଇଥିଲା । ରାଷ୍ଟ୍ରପତି ଭବନରେ ଆୟୋଜିତ ବୈଠକରେ ସମସ୍ତ ବିରୋଧୀ ଦଳର ନେତା ଯୋଗ ଦେଇଥିଲେ ।
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜି -20 ଶିଖର ସମ୍ମିଳନୀର ଅଧ୍ୟକ୍ଷତା ସମ୍ପର୍କରେ ଏକ ସର୍ବଦଳୀୟ ବୈଠକ କରାଯାଇଥିଲା । ରାଷ୍ଟ୍ରପତି ଭବନରେ ଆୟୋଜିତ ବୈଠକରେ ସମସ୍ତ ବିରୋଧୀ ଦଳର ନେତା ଯୋଗ ଦେଇଥିଲେ । ଏହା ବ୍ୟତୀତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ବୈଠକରେ ଭାଗ ନେଇଥିଲେ । ଏହି ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ଯୋଗ ଦୋଇଥିଲେ । ଏହା ସହିତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ YSR ରେଡ୍ଡୀ ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ ।

ଆମେ ଆପଣଙ୍କୁ କହି ରଖୁଛୁ ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି -20 ଶିଖର ସମ୍ମିଳନୀର ଅଧ୍ୟକ୍ଷତା ସମ୍ପର୍କରେ ଦଳଗତ କାର୍ଯ୍ୟ ଉପରେ ଆଲୋଚନା କରିଛନ୍ତି । ଏହି ସମ୍ମିଳନୀର ଆୟୋଜନ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦୀ ସମସ୍ତ ନେତାଙ୍କ ସହଯୋଗ ଲୋଡିଛନ୍ତି । ସେ କହିଛନ୍ତି ଯେ ଜି -20 ଅଧ୍ୟକ୍ଷତା ବଡ଼ ମେଟ୍ରୋ ବାହାରେ ଭାରତର କିଛି ଅଂଶ ପ୍ରଦର୍ଶନ କରିବାରେ ସାହାଯ୍ୟ କରିବ ଏବଂ ଦେଶର ପ୍ରତ୍ୟେକ ଅଂଶର ସ୍ୱତନ୍ତ୍ରତା ସାମ୍ନାକୁ ଆସିବ ।
ସୂଚନାଯୋଗ୍ୟ, ଭାରତ ଆସନ୍ତା ବର୍ଷ 2023 ରେ ଜି -20 ଶିଖର ସମ୍ମିଳନୀ ଆୟୋଜନ କରିବାକୁ ଯାଉଛି । ଏଥି ପାଇଁ ପରାମର୍ଶ, ଆଲୋଚନା ଏବଂ ରଣନୀତି ଚୂଡ଼ାନ୍ତ କରିବାକୁ ଏହି ବୈଠକ ଡକାଯାଇଥିଲା ।
ଏହି ବୈଠକରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ତାମିଲନାଡୁର ସିଏମ ଏମ.କେ ଷ୍ଟାଲିନ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ସୀତାରାମ ୟେଚୁରୀ, ଚନ୍ଦ୍ରବାବୁ ନାଇଡୁ, ଡି ରାଜା, ମଲ୍ଲିକାର୍ଜୁନ ଖାଡ଼ଗେ ଏବଂ ଏଚଡି ଦେବ ଗୌଡା ମଧ୍ୟ ଯୋଗ ଦେଇଛନ୍ତି । ଏହା ସହିତ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର, କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ ମଧ୍ୟ ଯୋଗ ଦେଇଥିଲେ ।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍... -
ଯୁଦ୍ଧ ଭିତରେ ଖସିଲା ସୁନା ରୂପା ଦାମ, ଜାଣନ୍ତୁ କେତେ ? -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ











Click it and Unblock the Notifications