Budget Session: ବଜେଟ୍ ଅଧିବେଶନ ଆଗରୁ ଆଜି ବସିବ ସର୍ବଦଳୀୟ ବୈଠକ
Budget Session 2024: ସଂସଦରେ ବଜେଟ ଅଧିବେଶନ ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ । ପୂର୍ବାହ୍ନ 11ଟା ରେ ବୈଠକ ବସିବ । ଏ ନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ।

ବୈଠକରେ ଉଭୟ ଲୋକସଭା ଓ ରାଜ୍ୟସଭାର ସବୁ ରାଜନୈତିକ ଦଳର ସାଂସଦ ସାମିଲ ହେବେ । ବଜେଟ ଅଧିବେଶନକୁ ସୁରୁଖୁରରେ ଚଳାଇବା ପାଇଁ ସବୁ ରାଜନୈତିକ ଦଳଙ୍କ ସହଯୋଗ ଲୋଡିବେ କେନ୍ଦ୍ର ସରକାର ।
ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ । ଏହାପରେ ଫେବୃଆରୀ 1 ତାରିଖରେ ସଂସଦରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହା ମୋଦୀ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଅନ୍ତିମ ବଜେଟ ହେବ । ଆସନ୍ତାକାଲିଠୁ ଆରମ୍ଭ ହେଉଥିବା ବଜେଟ ଅଧିବେଶନ ଫେବୃଆରୀ 9 ତାରିଖ ଯାଏଁ ଚାଲିବ ।












Click it and Unblock the Notifications