ଆଜି ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସି ସର୍ବବ ଦଳୀୟ ବୈଠକ
ଆଜି ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସି ସର୍ବବ ଦଳୀୟ ବୈଠକ । ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ବସିବ ସର୍ବଦଳୀୟ ବୈଠକ । ଏହି ବୈଠକରେ ଅନ୍ୟ ଦଳର ନେତାଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇପାରେ ଏବଂ ପାକିସ୍ତାନ ଉପରେ ଆହୁରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପାରନ୍ତି ଭାରତ ସରକାର ।

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, କେନ୍ଦ୍ର ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ଏହି ବିଷୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ପାଇଁ ୨୪ ଏପ୍ରିଲ, ଗୁରୁବାର ଦିନ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ସରକାରୀ ସୂତ୍ର ଅନୁସାରେ, ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ହୋଇପାରେ। ଏହି ବୈଠକରେ ପହଲଗାମ ଆକ୍ରମଣ ସହିତ ଜଡିତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ, ଯେପରିକି ବର୍ତ୍ତମାନର ସୁରକ୍ଷା ପରିସ୍ଥିତି, ଉପରେ ଆଲୋଚନା ହୋଇପାରେ ।
ମଙ୍ଗଳବାର ଜମ୍ମୁ-କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପ୍ରାଣ ହରାଇଥିଲେ। ଏହି ଆକ୍ରମଣରେ ସମଗ୍ର ଦେଶ ଦୁଃଖିତ। ଏପରି ପରିସ୍ଥିତିରେ, କେନ୍ଦ୍ର ସରକାର ଆତଙ୍କବାଦକୁ ଦମନ କରିବା ଏବଂ ଏହି ଆକ୍ରମଣର ପ୍ରତିଶୋଧ ନେବା ପାଇଁ ନିରନ୍ତର ରଣନୀତି ପ୍ରସ୍ତୁତ କରୁଛନ୍ତି।
ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ ନିଷ୍ପତ୍ତି ନେବା ପାଇଁ ବୁଧବାର ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ସିସିଏସ୍ ବୈଠକ ବସିଥିଲା। ଏହି ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି।












Click it and Unblock the Notifications