ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ

ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ କାଶୀବୁଗା ଭେଙ୍କଟେଶ୍ବର ମନ୍ଦିରରେ ବଡ଼ ଅଘଟଣ ଘଟିଛି । ଏକାଦଶୀ ଉପଲକ୍ଷେ ଭକ୍ତଙ୍କ ପ୍ରବଳ ଭିଡ଼ ଯୋଗୁଁ ଦଳାଚକଟାରେ ୯ ଜଣଙ୍କ ଜୀବନ ଚାଲିଯାଇଛି । ଆଗକୁ ବଢିପାରେ ମୃତକଙ୍କ ସଂଖ୍ୟା । ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି ।

Andhra Pradesh

ଖବର ମୁତାବକ, ଶ୍ରୀକାକୁଲମ ଭେଙ୍କଟେଶ୍ବର ମନ୍ଦିରରେ କାର୍ତ୍ତିକ ମାସ ଯୋଗୁଁ ପ୍ରବଳ ମାତ୍ରାରେ ଶ୍ରଦ୍ଧାଳୁ ଭିଡ଼ ଲାଗିରହିଥିଲା । ଭିଡ଼ ଏତେ ଥିଲା ଯେ, ପ୍ରଶାସନ ସ୍ଥିତିକୁ ନିୟନ୍ତ୍ରଣରେ ରଖିପାରିଲା ନାହିଁ । ଶ୍ରଦ୍ଧାଳୁ ଧକ୍କାଧକ୍କି ହୋଇ ପରସ୍ପର ଉପରେ ପଡ଼ିଥିଲେ । ଫଳରେ ଦଳାଚକଟା ସ୍ଥିତି ଦେଖାଦେଇଥିଲା । ଦଳାଚକଟାରେ ୯ ଜଣଙ୍କ ଜୀବନ ଚାଲିଯାଇଛି । ଆଗକୁ ବଢିପାରେ ମୃତକଙ୍କ ସଂଖ୍ୟା । ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି ।

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାୟଡୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ଏବଂ ଆହତଙ୍କୁ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ପୋଲିସ ଘଟଣା ସ୍ଥଳରେ ଉପସ୍ଥିତ ରହିଛି । ରାଜ୍ୟ କୃଷି ମନ୍ତ୍ରୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ମନ୍ଦିର କର୍ତ୍ତୃପକ୍ଷ ସହିତ କଥା ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+