ବେଙ୍ଗଲରେ ଦୁଷ୍କର୍ମ ବିରୋଧୀ 'ଅପରାଜିତା' ବିଲ୍ ପାରିତ
Aparajita Woman and Child Bill 2024: ପଶ୍ଚିମବଙ୍ଗରେ ଐତିହାସିକ 'ଅପରାଜିତା' ବିଲ୍ ପାରିତ କରିଛନ୍ତି ପଶ୍ଚିମବଙ୍ଗ ସରକାର । ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଚାଲିଥିବା ବ୍ୟାପକ ଆନ୍ଦୋଳନ ମଧ୍ୟରେ ଆଜି ବେଙ୍ଗଲର ମମତା ବାନାର୍ଜୀଙ୍କ ସରକାର ଦୁଷ୍କର୍ମ ବିରୋଧୀ ଅପରାଜିତା ବିଲ୍ ପାରିତ କରିଛନ୍ତି।

ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେ, ଦେଶର ପ୍ରଥମ ରାଜ୍ୟ ଭାବରେ ଦୁଷ୍କର୍ମ, ଗଣଦୁଷ୍କର୍ମ ଏବଂ ଯୌନ ନିର୍ଯାତନା ଅପରାଧ ସହ ଜଡିତ କେନ୍ଦ୍ରୀୟ ଆଇନରେ ସଂଶୋଧନ ଆଣିଛି। ବିଧାନସଭାରେ 'ଅପରାଜିତା' ବିଲ୍ ପାରିତ ହେବା ପରେ ରାଜ୍ୟପାଳ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଖକୁ ପଠାଯିବ ଯାହା ପରେ ଉଭୟଙ୍କ ଅନୁମୋଦନ ପରେ ବିଲ୍ ଆଇନରେ ପରିଣତ ହେବ।
ଅନ୍ୟପକ୍ଷରେ ଏହି ବିଲ୍ ପାରିତ ହେବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହାକୁ ଐତିହାସିକ ଏବଂ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଦୁଷ୍କର୍ମ ଓ ହତ୍ୟାର ଶିକାର ହୋଇଥିବା ଟ୍ରେନି ଡାକ୍ତରଙ୍କ ପାଇଁ ଏହା ଶ୍ରଦ୍ଧାଞ୍ଜଳି ସ୍ୱରୂପ।












Click it and Unblock the Notifications