କାରଖାନାରେ ବାଣ ବିସ୍ଫୋରଣ; ଦୁଇ ମୃତ, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବାଣ କାରଖାନାରେ ବିସ୍ଫୋରଣ , ଚାଲିଗଲା ଦୁଇ ଜୀବନ। ତାମିଲନାଡୁର ଥୁଥୁକୁଡି ଜିଲ୍ଲା ନାଜରେଥ ନିକଟରେ ଥିବା ଏକ ବେଆଇନ ବାଣ କାରଖାନାରେ ବିସ୍ଫୋରଣ ହୋଇଛି।

ଏଥିରେ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଦୁଇ ମହିଳାଙ୍କ ସମେତ ୪ ଜଣ ଆହତ ମଧ୍ୟ ହୋଇଛନ୍ତି। ମୃତକ କନ୍ନନ ଏବଂ ବିଜୟ ବୋଲି ଜଣାପଡିଛି। ଏହି ଘଟଣାକୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍କେ ଷ୍ଟାଲିନ୍ ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ସେହିପରି ଆହତଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି। ତେବେ କେଉଁ କାରଣରୁ ବିସ୍ଫୋରଣ ଘଟିଛି, ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।
ପୁଲିସ କହିବା ମୁତାବକ, ବିସ୍ଫୋରଣରେ କନ୍ନନ ଏବଂ ବିଜୟ ନାମକ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୪ ଜଣ ଆହତଙ୍କୁ ତିରୁନେଲଭେଲି ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ ଏବଂ ସନ୍ତକୁଲମ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏମାନେ ସମସ୍ତେ ଏହି ବାଣ କାରଖାନାରେ ଶ୍ରମିକ ଭାବେ କାମ କରୁଥିଲେ। ବିସ୍ଫୋରଣ ଯୋଗୁ ସମଗ୍ର କାରଖାନାଟି ପୋଡି ପାଉଁଶ ହୋଇଯାଇଛି।












Click it and Unblock the Notifications