ସିବିଆଇର ଗିରଫଦାରୀକୁ ବିରୋଧ କରି ହାଇକୋର୍ଟ ଗଲେ କେଜ୍ରିୱାଲ୍‌

ନୂଆଦିଲ୍ଲୀ : ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ତିହାର ଜେଲରେ ରହିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଦିଲ୍ଲୀ ହାଇକୋର୍ଟରେ ହାଜର ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଦିଲ୍ଲୀ ହାଇକୋର୍ଟରେ ସିବିଆଇ ଗିରଫକୁ ଚ୍ୟାଲେଞ୍ଜ କରିଛନ୍ତି । ଦିଲ୍ଲୀର ମଦ ସ୍କାମ ମାମଲାରେ ସେ ମଧ୍ୟ ହାଇକୋର୍ଟରେ ଆବେଦନ କରି ସିବିଆଇର ରିମାଣ୍ଡକୁ ଚ୍ୟାଲେଞ୍ଜ କରିଛନ୍ତି ।

ସୂଚନାଯୋଗ୍ୟ, ନିକଟରେ ସିବିଆଇ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କରିଥିଲା ।ଶନିବାର ଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଜୁଲାଇ ୧୨ ତାରିଖ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ଯିବାର ୨ ଦିନ ପରେ ସେ କୋର୍ଟଙ୍କ ନିକଟସ୍ଥ ହୋଇଛନ୍ତି । ନିମ୍ନ ଅଦାଲତ କେଜ୍ରିୱାଲ୍‌ଙ୍କୁ ହେପାଜତ ପ୍ରଦାନ କରିବା ସହ ତାଙ୍କୁ ମୁଖ୍ୟ ଷଡଯନ୍ତ୍ରକାରୀ ବୋଲି କହିଛନ୍ତି । ତଦନ୍ତ ପ୍ରକ୍ରିୟା ଏବେ ବି ଜାରି ରହିଛି ।

arvind kejriwal

କେଜ୍ରିଲାଲ ତଦନ୍ତରେ ସହଯୋଗ କରିନଥିବା ଅଭିଯୋଗ କରି ପୁଣି ରିମାଣ୍ଡରେ ନେବାକୁ ଆବେଦନ କରିଥିଲା ସିବିଆଇ । ଏ ଉପରେ ଶୁଣାଣି କରି ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ୧୪ ଦିନ ରିମାଣ୍ଡରେ ନେବାକୁ ସିବିଆଇକୁ ଅନୁମତି ଦେଇଥିଲେ । ବର୍ତ୍ତମାନ କେଜ୍ରିୱାଲ ସିବିଆଇ ହେପାଜତରେ ଥିବାବେଳେ ଗିରଫଦାରୀ ବିରୁଦ୍ଧରେ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+