15 ଶହକୁ ଖସିଲା ସକ୍ରିୟ ରୋଗୀ ସଂଖ୍ୟା, ଗତ 24 ଘଣ୍ଟାରେ 1233 ରୋଗୀ ଚିହ୍ନଟ
ଗତ 24 ଘଣ୍ଟାରେ ସାରା ଦେଶରେ 1233 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 31 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏହା ବ୍ୟତୀତ ଏହି ସମୟରେ 1876 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ସାରା ଦେଶରେ ଜାରି ରହିଥିବା କରୋନା ଭାଇରସ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ କିଛି ଦିନ ହେବ ଦୈନିକ ସଂକ୍ରମଣରେ ଆଖିଦୃଶିଆ ହ୍ରାସ ହେଉଥିବା ବେଳେ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହୋଇଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ 1233 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 31 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏହା ବ୍ୟତୀତ ଏହି ସମୟରେ 1876 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ସେହିପରି ବର୍ତ୍ତମାନ ଦେଶରେ ମୋଟ 14 ହଜାର 704 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆ ତଥ୍ୟ ପ୍ରକାଶ ପାଇବା ପରେ ସାରା ଦେଶରେ ଏଯାବତ୍ ମୋଟ 4 କୋଟି 30 ଲକ୍ଷ 23 ହଜାର 215 ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ 4 କୋଟି 24 ଲକ୍ଷ 87 ହଜାର 410 ଜଣ ସୁସ୍ଥ ହୋଇସାରିଛନ୍ତି । ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୃକଙ୍କ ସଂଖ୍ୟା 5 ଲକ୍ଷ 21 ହଜାର 101 ରେ ପହଞ୍ଚିଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 183 କୋଟି 82 ଲକ୍ଷ 41 ହଜାର 743 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି 26 ଲକ୍ଷ 34 ହଜାର 080 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications