12 ଶହକୁ ଖସିଲା ଦୈନିକ କରୋନା ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ପ୍ରାଣ ହରାଇଲେ 35 ରୋଗୀ
ଗତ 24 ଘଣ୍ଟାରେ ସାରା ଦେଶରେ 1259 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 35 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏହା ବ୍ୟତୀତ ଏହି ସମୟରେ 1705 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ସାରା ଦେଶରେ ଜାରି ରହିଥିବା କରୋନା ଭାଇରସ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ କିଛି ଦିନ ହେବ ଦୈନିକ ସଂକ୍ରମଣରେ ଆଖିଦୃଶିଆ ହ୍ରାସ ହେଉଥିବା ବେଳେ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହୋଇଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ 1259 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 35 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏହା ବ୍ୟତୀତ ଏହି ସମୟରେ 1705 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ସେହିପରି ବର୍ତ୍ତମାନ ଦେଶରେ ମୋଟ 15 ହଜାର 378 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆ ତଥ୍ୟ ପ୍ରକାଶ ପାଇବା ପରେ ସାରା ଦେଶରେ ଏଯାବତ୍ ମୋଟ 4 କୋଟି 30 ଲକ୍ଷ 21 ହଜାର 982 ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ 4 କୋଟି 24 ଲକ୍ଷ 85 ହଜାର 534 ଜଣ ସୁସ୍ଥ ହୋଇସାରିଛନ୍ତି । ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୃକଙ୍କ ସଂଖ୍ୟା 5 ଲକ୍ଷ 21 ହଜାର 070 ରେ ପହଞ୍ଚିଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 183 କୋଟି 53 ଲକ୍ଷ 90 ହଜାର 499 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି 25ଲକ୍ଷ 92 ହଜାର 407 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications