25 ହଜାରରେ ପହଞ୍ଚିଲା କରୋନା ସକ୍ରିୟ ରୋଗୀଙ୍କ ସଂଖ୍ୟା, ଗତ 24 ଘଣ୍ଟାରେ 1549 ରୋଗୀ ଚିହ୍ନଟ

ଗତ 24 ଘଣ୍ଟାରେ ଦେଶରେ ମୋଟ 31 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଏହି ସମୟରେ ମୋଟ 2652 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ଆଖିଦୃଶିଆ ହ୍ରାସ ହୋଇଛି । ଗତ 24 ଘଣ୍ଟାରେ ସାରା ଦେଶରୋ ମୋଟ 1549 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହୋଇଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ 24 ଘଣ୍ଟାରେ ଦେଶରେ ମୋଟ 31 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଏହି ସମୟରେ ମୋଟ 2652 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

CoronaVirus

ଏହାକୁ ମିଶାଇ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 24 ଲକ୍ଷ 67 ହଜାର 774 କୁ ବୃଦ୍ଧି ପାଇଛି । ନୂଆ ମୃତକଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 5 ଲକ୍ଷ 16 ହଜାର 510 ରୋଗୀଙ୍କ ପ୍ରାଣହାନୀ ହୋଇଛି । ଏହା ସହିତ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା 25 ହଜାର 106 କୁ ଖସି ଆସିଛି । ଏହା ବ୍ୟତୀତ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 9 ହଜାର 390 ରେ ପହଞ୍ଚିଛି ।


ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 181 କୋଟି 24 ଲକ୍ଷ 97 ହଜାର 303 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତ 24 ଘଣ୍ଟାରେ 2 ଲକ୍ଷ 97 285 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+