24 ହଜାରକୁ ଖସିଲା କରୋନା ସକ୍ରିୟ ମାମଲା, ଗତ 24 ଘଣ୍ଟାରେ 33 ଜଣଙ୍କର ପ୍ରାଣହାନି
ଗତ 24 ଘଣ୍ଟାରେ ଦେଶରେ ମୋଟ 33 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଏହି ସମୟରେ ମୋଟ 2741 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ଆଖିଦୃଶିଆ ହ୍ରାସ ହୋଇଛି । ଗତ 24 ଘଣ୍ଟାରେ ସାରା ଦେଶରୋ ମୋଟ 1581 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହୋଇଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ 24 ଘଣ୍ଟାରେ ଦେଶରେ ମୋଟ 33 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଏହି ସମୟରେ ମୋଟ 2741 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଏହାକୁ ମିଶାଇ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 10 ହଜାର 971 କୁ ବୃଦ୍ଧି ପାଇଛି । ନୂଆ ମୃତକଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 5 ଲକ୍ଷ 16 ହଜାର 543 ରୋଗୀଙ୍କ ପ୍ରାଣହାନୀ ହୋଇଛି । ଏହା ସହିତ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା 23 ହଜାର 913 କୁ ଖସି ଆସିଛି । ଏହା ବ୍ୟତୀତ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 24 ଲକ୍ଷ 70 ହଜାର 515 ରେ ପହଞ୍ଚିଛି ।
ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 181 କୋଟି 56 ଲକ୍ଷ 1 ହଜାର 944 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତ 24 ଘଣ୍ଟାରେ 30 ଲକ୍ଷ 58 ହଜାର 879 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications