20 ହଜାର ପରେ ରହୁଛି କରୋନା ମାମଲା, ଗତ 254 ଘଣ୍ଟାରେ ଚିହ୍ନଟ ହେଲେ 20,408 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 408 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 20 ହଜାର 958 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଦେଶରେ ଲାଗି ରହିଥିବା କରୋନା ମହାମାରୀ ପ୍ରକୋପ ପୁଣି ଥରେ ବଢିବାରେ ଲାଗିଛି । ଗତ ଦୁଇ ଦିନ ଧରି ଏଥିରେ ପୁଣି ବୃଦ୍ଧି ପରିଲକ୍ଷିତ ହୋଇଛି । ଏପରିକି ମୃତ୍ୟୁ ସଂଖ୍ୟରେ ସାମାନ୍ୟ ହ୍ରାସ ହେବା ପରେ ବର୍ତ୍ତମାନ ପୁଣି ବୃଦ୍ଧଇ ପାଇଛି । ସେହିପରି କରୋନା ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି ।

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 408 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 20 ହଜାର 958 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 43 ହଜାର 384 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 54 ରେକର୍ଡ ହୋଇଛି ।
ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 138 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 33 ଲକ୍ଷ 30 ହଜାର 442 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 26 ହଜାର 312 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 203 କୋଟି 94 ଲକ୍ଷ 33 ହଜାର 480 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 33 ଲକ୍ଷ 87 ହଜାର 173 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications