ଦୁଇ ହଜାରରେ ପହଞ୍ଚିଲା ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ 2075 ରୋଗୀ ଚିହ୍ନଟ
ଗତ 24 ଘଣ୍ଟାରେ ଦେଶରେ ମୋଟ 71 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଏହି ସମୟରେ ମୋଟ 3383 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ଆଖିଦୃଶିଆ ହ୍ରାସ ହୋଇଛି । ଗତ 24 ଘଣ୍ଟାରେ ସାରା ଦେଶରୋ ମୋଟ 2075 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହୋଇଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ 24 ଘଣ୍ଟାରେ ଦେଶରେ ମୋଟ 71 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଏହି ସମୟରେ ମୋଟ 3383 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
ଏହାକୁ ମିଶାଇ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 24 ଲକ୍ଷ 61 ହଜାର 926 କୁ ବୃଦ୍ଧି ପାଇଛି । ନୂଆ ମୃତକଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 5 ଲକ୍ଷ 16 ହଜାର 352 ରୋଗୀଙ୍କ ପ୍ରାଣହାନୀ ହୋଇଛି । ଏହା ସହିତ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା 27 ହଜାର 802 କୁ ଖସି ଆସିଛି ।
ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 181 କୋଟି 4 ଲକ୍ଷ 96 ହଜାର 924 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications