ଡରାଉଛି କରୋନାଜନିତ ମୃତ୍ୟୁ ସଂଖ୍ୟା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 2483 ରୋଗୀ, 1399 ରୋଗୀଙ୍କ ପ୍ରାଣହାନି
ଗତ 24 ଘଣ୍ଟାରେ ମୋଟ 2483 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 1399 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆଦିଲ୍ଲୀ : ଗତ ଏକ ସପ୍ରାହ ହେଲା ଦୈନିକ କରୋନା ମାମଲା କ୍ରମାଗତ ଭାବେ ଦୁଇ ହଜାରରୁ ଅଧିକ ରହୁଛି । ଏପରିକି ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି । ଗତକାଲି ସାରା ଦେଶରେ ରେକର୍ଡ ହୋଇଥିବା କରୋନାଜନିତ ମୃତ୍ୟୁ ସଂଖ୍ୟା ପୁଣି ଚିନ୍ତା ବଢାଇ ଦେଇଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2483 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 1399 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 1970 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ବର୍ତ୍ତମାନ ଦେଶରେ ମୋଟ 15 ହଜାର 636 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 62 ହଜାର 569 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 23 ହଜାର 311 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 23 ହଜାର 622 ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 187 କୋଟି 95 ଲକ୍ଷ 76 ହଜାର 423 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 22 ଲକ୍ଷ 83 ହଜାର 224 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications