6 ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ମୋଟ 5921 ରୋଗୀ ଚିହ୍ନଟ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 5921 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ଏହି ସମୟରେ 289 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ସାରା ଦେଶରେ ଗତ ଏକ ମାସ ଧରି କରୋନା ଦୈନିକ ମାମଲାରେ ବଡ଼ ହ୍ରାସ ହୋଇ ଆସୁଛି । ଏଥିସହିତ ବିଶେଷଜ୍ଞଙ୍କ ଚିନ୍ତାର କାରଣ ପାଲଟିଥିବା କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 5921 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ଏହି ସମୟରେ 289 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 29 ଲକ୍ଷ 57 ହଜାର 477 କୁ ବୃଦ୍ଧି ପାଇଥିବା ବେଳେ ମୋଟ ମୃତକଙ୍କ ସଂଖ୍ୟା 5 ଲକ୍ଷ 14 ହଜାର 878 ରେ ପହଞ୍ଚିଛି ।
ସେହିପରି ଦେଶରେ ଗତକାଲି ମୋଟ 11 ହଜାର 651 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଏହାପରେ ମୋଟ ସୁସ୍ଥ ସଂଖ୍ୟା 4 କୋଟି 23 ଲକ୍ଷ 78 ହଜାର 721 ହୋଇଛି । ବର୍ତ୍ତମାନ ଦେଶରେ 63 ହଜାର 878 ଜଣ କରନା ସକ୍ରୟି ରୋଗୀ ଅଛନ୍ତି ।
କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 178 କୋଟି 55 ଲକ୍ଷ 66 ହଜାର 940 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି 24 ଲକ୍ଷ 62 ହଜାର 562 ଡୋଜ୍ ଟିକା ଦିଆଯାଇଥିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।












Click it and Unblock the Notifications