ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ , ରାଜ ନିୱାସଠାରେ ଆୟୋଜିତ ଏକ ସମାରୋହରେ ଆପ୍ ନେତା ଆତିଶୀ ମାର୍ଲେନା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଉପରାଜ୍ୟପାଳ ଭିକେ ସାକ୍ସେନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି , ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର ମୋହର ବାଜିଥିଲା।
ଆମ ଆଦମୀ ପାର୍ଟି ନେତା ଆତିଶୀ ଶନିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ରାଜ ନିବାସ ଠାରେ ଆୟୋଜିତ ଏକ ନିରାଡମ୍ବର କାର୍ଯ୍ୟକ୍ରମରେ ଦିଲ୍ଲୀ ଉପ ରାଜ୍ୟପାଳ ବିନୟ କୁମାର ସାକ୍ସେନା ଆତିଶୀଙ୍କୁ ଶପଥ ଗ୍ରହଣ କରାଇଥିଲେ ଏବଂ ଏହାସହ ସେ ଦିଲ୍ଲୀର ତୃତୀୟ ତଥା କନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି।
ତେବେ ଆତିଶୀଙ୍କ ସହ କ୍ୟାବିନେଟର ପାଞ୍ଚ ମନ୍ତ୍ରୀ ଗୋପାଳ ରାୟ, କୈଳାଶ ଗେହଲଟ, ସୌରଭ ଭରଦ୍ୱାଜ, ଇମ୍ରାନ ହୁସେନ ଏବଂ ମୁକେଶ ଅହଲୱାତ ଶପଥ ନେଇଛନ୍ତି। ସୁଲତାନ ପୁର ମଜ୍ରାର ବିଧାୟକ ମୁକେଶ ଅହଲୱାତ କ୍ୟାବିନେଟର ନୂଆ ମନ୍ତ୍ରୀ ହୋଇ ଥିବାବେଳେ ଅନ୍ୟ ଚାରି ଜଣ ପୂର୍ବ ମନ୍ତ୍ରୀମଣ୍ଡଳରେ ଥିଲେ। ଆତିଶୀଙ୍କ ସହ କ୍ୟାବିନେଟର ଅନ୍ୟ ପାଞ୍ଚ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି।

ଦିଲ୍ଲୀ ସରକାରଙ୍କ କ୍ୟାବିନେଟରେ ୭ ଜଣ ସଦସ୍ୟ ଥିବାବେଳେ ବର୍ତ୍ତମାନ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ୬ ଜଣଙ୍କ ନାମ ସଦସ୍ୟ ରହିଛନ୍ତି। କ୍ୟାବିନେଟରେ ସପ୍ତମ ସଦସ୍ୟ କିଏ ହେବେ, ସେନେଇ ଏପର୍ଯ୍ୟନ୍ତ କୌଣସି ଘୋଷଣା କରାଯାଇ ନାହିଁ। ସେହିପରି ପୂର୍ବ କ୍ୟାବିନେଟ ମନ୍ତ୍ରୀଙ୍କ ପଦ ବଜାୟ ରହିବ କି ନା, ସେନେଇ ମଧ୍ୟ ସ୍ପଷ୍ଟ ହୋଇନାହିଁ।
ସୂଚନାଯୋଗ୍ୟ, ଆପ୍ ବିଧାୟକ ଦଳ ବୈଠକ ପୂର୍ବରରୁ ୨ ଜଣ ରେସରେ ଥିଲେ । ଆତଶୀ ଏବଂ କୈଳାଶ ଗେହଲଟଙ୍କ ନାମ ଆଗରେ ରହିଥିଲା । କେଜ୍ରିୱାଲ ଗତ ଶୁକ୍ରବାର ଜେଲରୁ ବାହାରିଥିଲେ । ଏହାପରେ ରବିବାର ସେ ଦଳୀୟ କର୍ମୀଙ୍କୁ ସମ୍ବୋଧନ କରି ୪୮ ଘଣ୍ଟା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଥିଲେ ।












Click it and Unblock the Notifications