ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା: କେମିତି ଓ କାହାକୁ ମିଳିବ ମାଗଣା ଚିକିତ୍ସା ?

ବୟସ୍କ ଲୋକଙ୍କ ପାଇଁ କେନ୍ଦ୍ର ସରକାର ବଡ଼ ଘୋଷଣା କରିଛନ୍ତି । ବୃଦ୍ଧାବସ୍ଥାରେ ଚିକିତ୍ସା କରିବା ପାଇଁ କୌଣସି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ । ଆସନ୍ତୁ ଜାଣିବା କ'ଣ ଘୋଷଣା କରାଯାଇଛି ।

ଆୟୁଷ୍ମାନ ଆରୋଗ୍ୟ ଯୋଜନା ଅଧୀନରେ ୭୦ ବର୍ଷରୁ ଅଧିକ ବୟସ୍କ ସମସ୍ତ ବୃଦ୍ଧଙ୍କୁ ସାମିଲ୍ କରିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ୧୨.୩ କୋଟି ପରିବାର ପାଇଁ ଲାଭଦାୟକ ହେବ । ଏହା ୬.୫ କୋଟି ବୃଦ୍ଧ ଲୋକଙ୍କୁ ଉପକୃତ କରିବ । ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ବର୍ଷକୁ ୫ ଲକ୍ଷ ଟଙ୍କା ବୀମା ଉପଲବ୍ଧ ।

Ayushman Bharat

ଆୟୁଷ୍ମାନ ଭାରତ ଯୋଜନାରେ କେମିତି ଓ କିଏ ପାଇବେ ?

ଯେଉଁମାନଙ୍କ ବୟସ ୭୦ କିମ୍ବା ତା'ଠାରୁ ଅଧିକ ଓ ସେମାନଙ୍କ ପରିବାର ଆୟୁଷ୍ମାନ ଭାରତ ଯୋଜନାରେ ପୂର୍ବରୁ ହିଁ ସାମିଲ ଅଛନ୍ତି, ସେମାନଙ୍କୁ ବାର୍ଷିକ ୫ ଲକ୍ଷ ଟଙ୍କା ମାଗଣା ଚିକିତ୍ସା ପାଇଁ ସୁବିଧା ମିଳିବ। ଏହି ସୁବିଧା ଅର୍ଥ କେବଳ ୭୦ ବର୍ଷ କିମ୍ବା ତା'ଠାରୁ ଅଧିକ ବୟସ୍କଙ୍କ କ୍ଷେତ୍ରରେ ଖର୍ଚ୍ଚ କରାଯାଇପାରିବ । ଏହି ଟଙ୍କା ପରିବାରର ଅନ୍ୟ ୭୦ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ଖର୍ଚ୍ଚ କରାଯାଇ ପାରିବ ନାହିଁ।ଯେଉଁମାନଙ୍କ ବୟସ ୭୦ରୁ ଉର୍ଦ୍ଧ ଓ ସେମାନେ ଜାତୀୟ ସରକାରୀ ସ୍ବାସ୍ଥ୍ୟ ସ୍କିମ୍‌ (CGHS), ଏକ୍ସ-ସର୍ଭିସି ଅବଦାନ ସ୍ବାସ୍ଥ୍ୟ ସ୍କିମ୍‌ (ECHS) ଓ ଆୟୁଷ୍ମାନ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ (CAPF)ର ଫାଇଦା ହାସଲ କରୁଛନ୍ତି, ସେମାନେ ପୂର୍ବ ଯୋଜନାରେ ରହିପାରିବେ କିମ୍ବା ନୂଆ ଆୟୁଷ୍ମାନ ଯୋଜନାରେ ନିଜକୁ ସାମିଲ କରିପାରିବେ। ସେମାନଙ୍କ ପାଖରେ ଏ ନେଇ ବିକଳ୍ପ ରହିବ। କେନ୍ଦ୍ର ସରକାର ଆହୁରି କହିଛନ୍ତି ଯେ ୭୦ ବର୍ଷ କିମ୍ବା ତା' ଠାରୁ ଅଧିକ ବୟସ୍କ ବ୍ୟକ୍ତି ଯେଉଁମାନେ ଘରୋଇ ସ୍ୱାସ୍ଥ୍ୟ ବୀମା କିମ୍ବା ରାଜ୍ୟ ବୀମା ସ୍କିମ ଅଧୀନରେ ରହିଛନ୍ତି, ସେମାନେ ମଧ୍ୟ ଆୟୁଷ୍ମାନ ଭାରତ ପାଇଁ ଯୋଗ୍ୟ ବିବେଚିତ ହୋଇପାରିବେ। ଆୟୁଷ୍କାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଦେଶର ୨୮, ୩୫୧ ହସ୍‌ପିଟାଲ ପଞ୍ଜୀକୃତ ହୋଇଛି। ସେଥିରେ ୧୨,୮୨୪ ଘରୋଇ ହସ୍‌ପିଟାଲ ରହିଛନ୍ତି। ୨୦୨୨-୨୩ ବର୍ଷରେ ପ୍ରାୟ ୫୬% ରୋଗୀଙ୍କ ଆଡମିଶନ ଘରୋଇ ହସ୍‌ପିଟାଲରେ ହୋଇଥିବାବେଳେ ୪୪%ଙ୍କ ଚିକିତ୍ସା ସରକାରୀ ହସ୍‌ପିଟାଲରେ ହୋଇଛି।

ଆୟୁଷ୍ମାନ ଭାରତ ହିତାଧିକାରୀଙ୍କୁ ୨୭ପ୍ରକାର ରୋଗରେ ମୋଟ ୧୯୪୯ ପଦ୍ଧତିରେ ଚିକିତ୍ସା ସୁବିଧା ମିଳୁଛି। ହିତାଧିକାରୀ କ୍ୟାନସର, ଜରୁରୀ ଚିକିତ୍ସା ଓ ଯତ୍ନ, ଅସ୍ଥିଶଲ୍ୟ, ମୂତ୍ରରୋଗ ଓ ବୃକକ୍ ସଂକ୍ରାନ୍ତ ବ୍ୟାଧିର ଚିକିତ୍ସା ସେବା ମାଗଣାରେ କରିପାରୁଛନ୍ତି। ଏହି ଯୋଜନାରେ ଲିଙ୍ଗଗତ ସମାନତା ରକ୍ଷା ଉପରେ ଗୁରୁତ୍ୱ ଦିଆଯାଉଛି। ଏବେ ଆୟୁଷ୍ମାନ କାର୍ଡଧାରୀଙ୍କ ମଧ୍ୟରେ ୪୯ ପ୍ରତିଶତ ମହିଳା। ସେହିଭଳି ହସ୍‌ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହେବାରେ ମହିଳାଙ୍କ ସଂଖ୍ୟା ୪୮%। ମହିଳାଙ୍କ ପାଇଁ ଏହି ଯୋଜନାରେ ୧୪୧ପ୍ରକାର ଚିକିତ୍ସା ସୁବିଧା ଉପଲବ୍ଧ ହେଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+