ଆଜି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ ଟା ରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । କିନ୍ତୁ ଏହି ସମୟରେ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।
ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।












Click it and Unblock the Notifications