ଆଜି ଭାରତ ବନ୍ଦ: ଓଡିଶା ସମେତ ସାରା ଦେଶରେ ଜାରି ରହିଛି ବିକ୍ଷୋଭ ପ୍ରଦର୍ଶନ
ଭୁବନେଶ୍ବର: ଆଜି ସାରା ଦେଶରେ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ପାଳନ ହେଉଛି ଭରତ ବନ୍ଦ । କୃଷି ବିଲକୁ ବିରୋଧ କରି ଆହୁତ ଏହି ବନ୍ଦ ପାଳନକୁ ସମର୍ଥନ କରିଛନ୍ତି ଦେଶର ଏକାଧିକ ରାଜନୈତିକ ଦଳ । ୧୦ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଓଡ଼ିଶାରେ ଏହାକୁ କଂଗ୍ରେସ, ବାମ ଦଳ ସମେତ ବିଭିନ୍ନ ରାଜନୈତିକ ଦଳ, କୃଷକ ସଂଗଠନ, ସାମାଜିକ ସଂଗଠନ ସମର୍ଥନ ଦେଇଇଛନ୍ତି।

ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ସମୟରେ ଯେ ପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ସେଥିଲାଗି ସାରା ରାଜ୍ୟରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରିବାକୁ ନିଷ୍ପତ୍ତି ହୋଇଛି। ରାଜ୍ୟରେ ଓଡିଶା ସଡକ ପରିବହନ ନିଗମର ସମସ୍ତ ବସ ଚଳଚଳ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।
ସରକାରୀ କର୍ମଚାରିଙ୍କୁ ଶୀଘ୍ର ପହଞ୍ଚିବାକୁ କୁହାଯାଇଛି:
ଲୋକସେବା ଭବନ, ରାଜୀବ ଭବନ, ଖାରବେଳ ଭବନରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କୁ ପୂର୍ବାହ୍ନ ୯ଟା ୩୦ ସୁଦ୍ଧା କାର୍ଯ୍ୟାଳୟରେ ପହଞ୍ଚିବାକୁ କୁହାଯାଇଛି। ଲୋକସେବା ଭବନର ମୁଖ୍ୟ ଫାଟକ ପୂର୍ବାହ୍ନ ୧୦ଟା ୧୫ରେ ବନ୍ଦ କରାଯିବ। ଏହାପରେ ପଛ ଗେଟ୍ ଦେଇ କର୍ମଚାରୀ ଓ ପାସ୍ ପାଇଥିବା ଲୋକମାନେ ଯାତାୟତ କରିପାରିବେ ବୋଲି କୁହାଯାଇଛି।
ଓଡ଼ିଶାରେ ବନ୍ଦ ସଫଳ ହେବ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ଯେ ବନ୍ଦ ପାଳନକୁ କଂଗ୍ରେସ ଦୃଢ ସମର୍ଥନ ଦେବ। କିନ୍ତୁ ଅତ୍ୟାବଶ୍ୟକ ସେବା ଉପରେ କଟକଣା ରହିବ ନାହିଁ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications