ଭରତପୁର ଥାନା ବିବାଦ ମାମଲା: ଆସନ୍ତା ୩ରେ ହେବ ଚୂଡ଼ାନ୍ତ ଶୁଣାଣି
କଟକ : ଭୁବନେଶ୍ୱରର ଭରତପୁର ଥାନାରେ ସେନା ଅଧିକାରୀଙ୍କୁ ଦୁର୍ବ୍ୟବହାର ତଥା ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାର ଚୂଡ଼ାନ୍ତ ଶୁଣାଣି ଆସନ୍ତା ଡିସେମ୍ବର ୩ ତାରିଖରେ ହେବ । ସେହିଦିନ ଏହି ମାମଲାରେ ରାୟ ପ୍ରକାଶ ପାଇବ ବୋଲି ହାଇକୋର୍ଟ କହିଛନ୍ତି । ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ ଏବଂ ଜଷ୍ଟିସ୍ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି । ଗତ ସେପ୍ଟେମ୍ବର ୧୫ ତାରିଖ ବିଳମ୍ବିତ ରାତିରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଏଫ୍ଆଇଆର୍ ଦେବାକୁ ଯାଇଥିଲେ ।

ସେଠାରେ ସେମାନଙ୍କଠାରୁ ଏଫ୍ଆଇଆର୍ ଗ୍ରହଣ କରାଯିବା ପରିବର୍ତ୍ତେ ପୁଲିସ୍ କର୍ମଚାରୀମାନେ ବାନ୍ଧବୀଙ୍କୁ ନିର୍ଯାତନା ଦେଇଥିଲେ ବୋଲି ଅଭିଯୋଗ ହୋଇଥିଲା । ଏପରିକି ବାନ୍ଧବୀଙ୍କୁ ଗିରଫ କରି ଜେଲ୍ ପଠାଇ ଦିଆଯାଇଥିଲା । ଘଟଣା ଦେଶରେ ଚର୍ଚ୍ଚା ସୃଷ୍ଟି କରିଥିଲା । ଏହାକୁ ନେଇ ହାଇକୋର୍ଟ ନିଜ ଆଡ଼ୁ ମାମଲା ରୁଜୁ କରିଛନ୍ତି । ଆମିକସ୍କ୍ୟୁରୀ ଭାବେ ବରିଷ୍ଠ ଆଇନଜୀବୀ ଗୌତମ ମିଶ୍ର ଅଦାଲତଙ୍କୁ ମାମଲା ପରିଚାଳନାରେ ସହଯୋଗ କରୁଛନ୍ତି ।
-
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
ଖଡଗେଙ୍କୁ ପ୍ରଶଂସା କଲେ ମୋଦୀ, କହିଲେ ତାଙ୍କ ପାଖରୁ...... -
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ












Click it and Unblock the Notifications