ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି, ନିଯୁକ୍ତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି(ପ୍ରୋଟେମ ସ୍ପିକର) ଭାବେ ନିଯୁକ୍ତ ହୋଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଲୋକସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତି ଦେଇଛନ୍ତି । ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ଭର୍ତ୍ତୃହରି ଙ୍କୁ ଏହି ପଦବିରେ ନିଯୁକ୍ତ କରାଯାଇଛି ।
ସେହିପରି ଲୋକସଭା ସଦସ୍ୟ କେ ସୁରେଶ, ଟି ଆର ବାଲୁ, ରାଧା ମୋହନ ସିଂ, ଫଗ୍ଗାନ୍ ସିଂ କୁଲାଷ୍ଟେ ଏବଂ ସୁଦୀପ ବନ୍ଦୋପାଧ୍ୟାୟ ସହକାରୀ ପ୍ରୋ-ଟେମ୍ ବାଚସ୍ପତି ଭାବେ କାର୍ଯ୍ୟ କରିବେ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କରେନ ରିଜିଜୁ କହିଛନ୍ତି ।

କଟକ ସାଂସଦ କ୍ଷେତ୍ରରୁ ଭର୍ତ୍ତୃହରି ଲୋକସଭାକୁ ଲଗାତାର ଭାବେ ୭ ଥର ନିର୍ବାଚିତ ହୋଇଛନ୍ତି । ଭର୍ତ୍ତୃହରି ୧୯୯୮ ମସିହା ଭାରତୀୟ ସାଧାରଣ ନିର୍ବାଚନରେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଲୋକ ସଭା ପାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ଏବଂ ବିଜୟୀ ହୋଇ ୧୩ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଏହାପରେ ସେ ଲଗାତାର ଭାବରେ ଏହି ନିର୍ବାଚନ ମଣ୍ଡଳୀରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ବିଜେଡି ଟିକଟରେ ୬ଥର ଲୋକସଭାକୁ ନିର୍ବାଚିତ ହୋଇଥିବା ବେଳେ ୨୦୨୪ରେ ବିଜେପି ଟିକଟରେ କଟକ ଲୋକସଭା ଆସନରୁ ନିର୍ବାଚିତ ହୋଇଛନ୍ତି ।












Click it and Unblock the Notifications